ଫ୍ଲାଏଓଭର ବ୍ରିଜ୍‌ କାମ ନିମ୍ନମାନର

ବଇଣ୍ଡା,୧୭।୪(ଡି.ଏନ.ଏ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ନିର୍ମାଣାଧୀନ ୫୫ନଂ. ଜାତୀୟ ରାଜପଥ ଫ୍ଲାଏଓଭର କାମ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ସଞ୍ଜୀବ କୁମାର ପ୍ରଧାନ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଠିକାସଂସ୍ଥା ମାଧ୍ୟମରେ ରାସ୍ତାକାମ କରାଯାଉଛି। ତେବେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ର ଅଧିକାରୀମାନେ ରାସ୍ତାକାମ ତଦାରଖ କରୁ ନ ଥିବାରୁ ଠିକାସଂସ୍ଥା ମନଇଚ୍ଛା କାମ କରୁଛି। ବିଶେଷ କରି ଫ୍ଲାଏଓଭର ବ୍ରିଜ୍‌ରେ ଲାଗିବାକୁ ଥିବା ଗ୍ଲାଡ୍‌ ନିର୍ମାଣ ଅତି ନିମ୍ନମାନର ହେଉଛି। କେତେକ ଗ୍ଲାଡ୍‌ରୁ ସିମେଣ୍ଟ ଖସିଯାଇଛି। ବାହାରକୁ ଲୁହା ରଡ୍‌ ଦେଖାଯାଉଛି। କାମରେ ଆବଶ୍ୟକତା ଅନୁଯାୟୀ ପାଣି ସିଞ୍ଚନ କରାଯାଉନାହିଁ। ଭାଗମାପ ଅନୁଯାୟୀ ସିମେଣ୍ଟ ବ୍ୟବହାର ହେଉନାହିଁ। କାମ ସମୟରେ କୌଣସି ଅଧିକାରୀ ଯାଞ୍ଚ କରୁନାହାନ୍ତି। ଏ ସଂକ୍ରାନ୍ତରେ ଠିକାସଂସ୍ଥାକୁ ବାରମ୍ବାର ଅବଗତ କରାଯିବା ସତ୍ତ୍ୱେ କୌଣସି ସୁଫଳ ମିଳୁନାହିଁ। ତେଣୁ ଏ ଦିଗରେ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସରପଞ୍ଚ ଦାବି କରିଛନ୍ତି।
ଅଭିଯୋଗ ସମ୍ପର୍କରେ ଠିକାସଂସ୍ଥା ପରିଚାଳକ ଆର. ନାୟକଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ କାମ ଠିକ୍‌ କରାଯାଉଛି ବୋଲି କହି ପ୍ରସଙ୍ଗକୁ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?