‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି।
ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରାର କ୍ରିଷ୍ଣା ରାଓ, ବ୍ରଜବିହାରୀପୁରର ରାଜେଶ ସ୍ବାଇଁଙ୍କ ସମେତ ପ୍ରାୟ ୩୦ଜଣ ବ୍ୟକ୍ତିଙ୍କୁ ଖାଦ୍ୟ ନ ଥିବା କୁହାଯାଇ ଟୋକନ ମିଳି ନ ଥିଲା। ଏଠାରେ ଦୈନିକ ୫୦୦ ମିଲ୍‌ ଦେବାକୁ ନିର୍ଦ୍ଦେଶ ଥିବାବେଳେ ବାକି ମିଲ୍‌ କୁଆଡ଼େ ଗଲା ବୋଲି ଲୋକେ ପ୍ରଶ୍ନ କରିଥିଲେ। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲେ ସୁଦ୍ଧା ଯୋଗାଣକାରୀ ସଂସ୍ଥା କୌଣସି ପଦକ୍ଷେପ ନେଇ ନ ଥିଲେ।
ଅନୁରୂପଭାବେ ଗତ ୧୭ ତାରିଖ ୧୧ଟାବେଳେ ଭୁବନେଶ୍ୱର ମ୍ୟୁଜିୟମ ଛକସ୍ଥିତ ଆହାର କେନ୍ଦ୍ରରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରାଯାଇଥିଲା। ଦିନ ୧୧ଟାରେ ଖାଦ୍ୟ ଭ୍ୟାନ ପହଞ୍ଚତ୍ବାପରେ ଖାଦ୍ୟ ଜରିରେ ପ୍ୟାକିଂ ହୋଇଥିଲା। ଏଠାରେ ୩୫୦ ମିଲ୍‌ ଦେବାର ବ୍ୟବସ୍ଥା ରହିଥିବାବେଳେ ମାତ୍ର ୨୯୫ ମିଲ୍‌ ଦିଆଯାଇଥିଲା। ଏଠାରେ ୫୦ରୁ ଅଧିକ ମିଲ୍‌ ଦିଆଯାଇ ନ ଥିଲା। ସେହିପରି ଗତ ୧୬ ତାରିଖ ମଧ୍ୟ ଉକ୍ତ କେନ୍ଦ୍ରରେ ଅଧାରୁ ଖାଦ୍ୟ ସରିଯିବାରୁ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ପରେ ବଡଗଡ ଥାନା ପୋଲିସ ଆସିବାରୁ ପରିସ୍ଥିତି ଆୟତ୍ତ ହୋଇଥିଲା। ସରକାରୀ ତଥ୍ୟ ଅନୁସାରେ ଏବେ କଟକର ବିଭିନ୍ନ ଆହାର କେନ୍ଦ୍ରରେ ଦୈନିକ ୩୦୨୦ ଏବଂ ଭୁବନେଶ୍ୱରରେ ୪୦୫୦ ମିଲ୍‌ ଦିଆଯିବାକୁ ନିର୍ଦ୍ଦେଶ ରହିଛି। ହେଲେ ବିଭିନ୍ନ ଆହାର କେନ୍ଦ୍ରରେ ନିର୍ଦ୍ଧାରିତ ସଂଖ୍ୟାଠାରୁ କମ୍‌ ପରିମାଣର ମିଲ୍‌ ଦିଆଯାଇ ରିହାତି ଟଙ୍କାକୁ ଖାଦ୍ୟ ଯୋଗାଣକାରୀ ସଂସ୍ଥା ଆତ୍ମସାତ୍‌ କରୁଥିବା ଅଭିଯୋଗ ହେଉଛି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ। ଏନେଇ ଟଚ୍‌ଷ୍ଟୋନ ଫାଉଣ୍ଡେଶନର ଅପରେଶନ ମ୍ୟାନେଜର ରବୀନ୍ଦ୍ର କୁମାର ଜେନା କହିଛନ୍ତି, ସ୍ଥିରୀକୃତ ବ୍ୟବସ୍ଥା ଅନୁସାରେ କଟକ ଓ ଭୁବନେଶ୍ୱରର ଆହାର କେନ୍ଦ୍ରକୁ ମିଲ୍‌ ପଠାଯାଉଛି। କମ୍‌ ସଂଖ୍ୟକ ମିଲ୍‌ ଯୋଗାଣ ନେଇ ହେଉଥିବା ଅଭିଯୋଗ ସମ୍ପର୍କରେ କୌଣସି ସୂଚନା ନ ଥିବା ସେ କହିଛନ୍ତି। ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଯଦି କୌଣସି ଆହାର କେନ୍ଦ୍ରରେ ଧାର୍ଯ୍ୟ କରାଯାଇଥିବା ମିଲ୍‌ଠାରୁ କମ୍‌ ଦିଆଯାଉଥିବ, ତାହେଲେ ଏନେଇ ତଦନ୍ତ କରାଯିବ। ତଦନ୍ତରେ ଅନିୟମିତତା ହେଉଥିବା ନଜରକୁ ଆସିଲେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri