ସମ୍ଭାବ୍ୟ ବାତ୍ୟା ନେଇ ସତର୍କ କରାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ, କହିଲେ କଳାବଜାର ଉପରେ ରହିଛି ନଜର

ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବୁଧବାର ସକାଳ ୫ଟା ୩୦ ମିନିଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ବେଳେକୁ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଟୁଇଟ୍‌ କରି ସତର୍କ କରାଇଛନ୍ତି।
ବଜାରରେ ସବୁ ପ୍ରକାର ଖାଦ୍ୟ ପଦାର୍ଥ ଯଥେଷ୍ଟ ପରିମାଣର ରହିଛି। ଅତ୍ୟାବଶ୍ୟକ ଜିନିଷ ମହଜୁଦ କରନ୍ତୁ ନାହିଁ ଯାହା କାରଣରୁ ବଜାରରେ କୃତ୍ରିମ ଅଭାବ ଦେଖାଦେଇପାରେ । ଫଳରେ ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଦର ବୃଦ୍ଧି କରିପାରନ୍ତି । କଳାବଜାରୀ ଏବଂ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଉଅଛି ଏବଂ ଆବଶ୍ୟକ ସ୍ଥଳେ ଶକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟୁଇଟ୍‌ କରି ସେ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri