Posted inଖେଳ

ମୋଦିଙ୍କୁ ଭେଟିବାକୁ ଚାହିଁ ବସିଛନ୍ତି ଏହି ବିଦେଶୀ କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୧: ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ଜାନୁୟାରୀ ୨୬ରେ ଭାରତ ସରକାର ତାଙ୍କୁ ପଠାଇଥିବା ଅଭିବାଦନକୁ ସୋସିଆଲ ମିଡିଆରେ ଶେୟାର କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଏହି ଅଙ୍ଗଭଙ୍ଗୀ ଏବଂ ଶବ୍ଦ ପାଇଁ ଆପଣଙ୍କୁ ବହୁତ ଧନ୍ୟବାଦ। ୨୦୦୩ ରେ ମୁଁ ପାଦ ଦେବା ପରେ ମୁଁ ଏହି ଦେଶକୁ ଭଲ ପାଉଥିଲି। କେଭିନ ମଧ୍ୟ ଦେଶବାସୀଙ୍କୁ ଶୁଭ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇ କହିଛନ୍ତି ମୁଁ ବ୍ୟକ୍ତିଗତ ଭାବେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ଅପେକ୍ଷା କରିଛି ଏବଂ ଆଶା କରୁଛି ଯେ ଏଭଳି ସମୟ ମଧ୍ୟ ଶୀଘ୍ର ଆସିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ ତାଙ୍କୁ ନିକଟରେ ପଚରାଯାଇଥିଲା ଯେ ସେ ଏହି ଦେଶରେ ଅଧିକ ପସନ୍ଦ କ’ଣ ଲାଗେ? ଏହାର ଉତ୍ତରରେ ସେ କହିଛନ୍ତି – ଏଠାକାର ଲୋକମାନେ।
ଏଥି ସହିତ ବିରାଟ କୋହଲିଙ୍କ ଭାରତରେ ଟେଷ୍ଟ ଅଧିନାୟକତ୍ୱରୁ ଇସ୍ତଫା ଦେବା ପରଠାରୁ ଭାରତର ପରବର୍ତ୍ତୀ ଅଧିନାୟକ କିଏ ହେବ ପ୍ରଶ୍ନରେ ପିଟରସନ ରୋହିତ ଶର୍ମାଙ୍କ ନାମ ରଖିଛନ୍ତି। ସେ କହିଛନ୍ତି ଯେ ଟେଷ୍ଟରେ ଭାରତର ଅଧିନାୟକ ହେବା ପାଇଁ ରୋହିତ ଶର୍ମା ହେଉଛନ୍ତି ସର୍ବୋତ୍ତମ ବ୍ୟକ୍ତି।

https://twitter.com/KP24/status/1486902394059378691

https://twitter.com/KP24/status/1486902404008361990

 


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?