Posted inଖେଳ

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଏହି ବିଦେଶୀ କ୍ରିକେଟର୍‌

ଜାମାଇକା,୧୯।୩: ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ଭିଭିଆନ ରିଚାର୍ଡସ, କ୍ରିସ ଗେଲଙ୍କ ସମେତ ପୂର୍ବତନ କ୍ରିକେଟରମାନେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଭାରତ ସରକାର କାରିବିଆନ ଦେଶକୁ କରୋନା ଟିକା ପ୍ରଦାନ କରିଥିବାରୁ ମୋଦିକୁ ଧନ୍ୟବାଦ ଜଣାଇଛନ୍ତି। କରୋନା ବିରୋଧରେ ଏହି ଅଭିଯାନରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ‘ଭ୍ୟାକ୍ସିନ ଫ୍ରେଣ୍ଡସିପ’ ଅଭିଯାନ ଅଧୀନରେ ସ୍ବଦେଶୀ କରୋନା ଟିକା ବିତରଣରେ ନିୟୋଜିତ ଅଛି। ଏହି ଅଭିଯାନ ଅଧୀନରେ ଭାରତ ଭୁଟାନ, ମାଲଦ୍ୱୀପ, ମରିସସ, ବାହାରିନ, ନେପାଳ, ବାଂଲାଦେଶ, ମିଆଁମାର ଏବଂ ଶ୍ରୀଲଙ୍କା ଭଳି ଅନେକ ଦେଶକୁ ନିଜ ଦେଶରେ ପ୍ରସ୍ତୁତ କରୋନା ଟିକା ଦେଇଛି।
କ୍ରିକେଟ ଜଗତରେ ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା ୱେଷ୍ଟଇଣ୍ଡିଜ ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ନରେନ୍ଦ୍ର ମୋଦିଙ୍କୁ ଭାରତ ସରକାର କାରିବିଆନ ଦେଶଗୁଡିକରେ କରୋନା ଟିକା ପ୍ରଦାନ କରିଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଏକ ଭିଡିଓ ବାର୍ତ୍ତାରେ  କହିଛନ୍ତି ଯେ କରୋନା ଟିକା ଦେଇଥିବାରୁ ମୁଁ ଭାରତ ସରକାର, ମୋଦି ଏବଂ ଭାରତବାସୀଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି। ଆମେ ଏହାକୁ ପ୍ରଶଂସା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri