ଅସୁସ୍ଥ ଦନ୍ତାହାତୀକୁ କାବୁ କରିପାରୁନି ବନ ବିଭାଗ

ଢେଙ୍କାନାଳ,୨୦ା୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍‌ ଖଡ଼ଗପ୍ରସାଦ ବଡ଼ପୋଲ ଅଞ୍ଚଳରେ ଏକ ଦନ୍ତାହାତୀ ଅସୁସ୍ଥ ହୋଇ ଗର୍ଜନ କରୁଥିବା ଦେଖାଯାଇଥିଲା। ହାତୀଟିର ଚିକିତ୍ସା ପାଇଁ ବନବିଭାଗର ଏକ ସ୍ବତନ୍ତ୍ର ଦଳ ପହଞ୍ଚି ଥିଲେ ମଧ୍ୟ ହାତୀଟିକୁ କାବୁ କରିପାରି ନ ଥିଲା। ଦନ୍ତା ହାତୀର ଗର୍ଜନ ଶୁଣି ଉକ୍ତ ଜଙ୍ଗଲରେ ଥିବା ଅନ୍ୟ ହାତୀମାନେ ମଧ୍ୟ ଗର୍ଜନ କରୁଛନ୍ତି। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି।

ଘଟଣାସ୍ଥଳରୁ ଲୋକଙ୍କୁ ଦୂରେଇ ଯିବା ପାଇଁ ବନ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। ସେହିପରି ହାତୀଟିକୁ ବନବିଭାଗର ଏକ ଦଳ ଟ୍ରାଙ୍କୁଲାଇଜ୍‌ କରିବା ପରେ ମଧ୍ୟ ହାତୀଟି ଉପରେ ଏହାର କୌଣସି ପ୍ରଭାବ ପଡି ନ ଥିବା ଜଣାପଡିଛି। ହାତୀଟି ଲୋକଙ୍କୁ ଗୋଡ଼ାଉଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି।

ହାତୀ ଉପରେ ବନବିଭାଗର ଅଧିକାରୀ ଓ କର୍ମଚାରୀ ନଜର ରଖିଛନ୍ତି। ତେବେ ହାତୀଟିର ଅସୁସ୍ଥତାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଏ ସଂକ୍ରାନ୍ତରେ ଜିଲା ବନଖଣ୍ଡ ଅଧିକାରୀ ସୁୁମିତ କୁମାର କର କହିଛନ୍ତି, ଅସୁସ୍ଥ ଦନ୍ତା ହାତୀ ଉପରେ ବନବିଭାଗ ସ୍ବତନ୍ତ୍ର ନଜର ରଖିଛି। ଚିକିତ୍ସା ପାଇଁ ଉଦ୍ୟମ ଜାରି ରଖିଛି। ଘଟଣାକୁ ନେଇ ଯେଉଁଭଳି ପ୍ରଚାର କରାଯାଉଛି, ସେଭଳି ପରିସ୍ଥିତି ସୃଷ୍ଟି ହୋଇନାହିଁ। ହାତୀଟିର ଚିକିତ୍ସା ପାଇଁ ସମସ୍ତ ପଦକ୍ଷେପ ନିଆଯାଉଛି। ହାତୀଟି କେଉଁ କାରଣରୁ ଆହତ ହୋଇଛି ତାହା ଜଣାପଡ଼ିବ ବୋଲି ଜିଲା ବନଖଣ୍ଡ ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭ା୧୨ (ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri