ମହାବଳ ନା କଲରାପତରିଆ ବାଘ, ପାଦ ଚିହ୍ନକୁ ନେଇ ଦ୍ୱନ୍ଦ୍ୱରେ ବନବିଭାଗ

ସଜନାଗଡ଼, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟ ୨୭୨.୭୩ ବର୍ଗକିଲୋମିଟର ପରିବ୍ୟାପ୍ତ। ଏହା ଭିତରେ କିଛି ନିର୍ଦ୍ଦିଷ୍ଟ ସ୍ଥାନୀୟ ଅଞ୍ଚଳରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। ଏହା ମହାବଳ ନା କଲରାପତରିଆ ବାଘ ଏଯାଏ ସ୍ପଷ୍ଟ ହୋଇପାରୁନି। ଯାହାକୁ ନେଇ ବନବିଭାଗ ଦ୍ୱନ୍ଦ୍ୱରେ ରହିଛି।
କୁଲଡ଼ିହା ଅଭୟାରଣ୍ୟ ଅନ୍ତର୍ଗତ ଖୁମକୁଟ, ପଞ୍ଚଲିଙ୍ଗେଶ୍ୱର, ଜୋଡ଼ାଚୁଆ, ସର୍ବଣାନାଳ ନିକଟ ସନ୍ତସନ୍ତିଆ ସ୍ଥାନରେ ଏହି ପାଦ ଚିହ୍ନ ଦେଖିବାକୁ ମିଳିଥିବା ବନବିଭାଗ ସୂଚନା ଦେଇଛି। ପାଦ ଚିହ୍ନକୁ ନେଇ ବନବିଭାଗ ଅଧିକ ତଦନ୍ତ ଆରମ୍ଭ କରିଛି। ଏହି ପାଦ ଚିହ୍ନ ଏକ ବାଘର ହୋଇଥିବା ବେଳେ ଏହା ମହାବଳ ନା କଲରାପତରିଆ ତାହା ସ୍ପଷ୍ଟ ହୋଇପାରିନି। ଠିକ୍‌ ତଥ୍ୟ ନିମନ୍ତେ ବିଭିନ୍ନ ସନ୍ତସନ୍ତିଆ ଜାଗା ନିକଟରେ ଟ୍ରାପ୍‌ କ୍ୟାମେରା ଲଗାଯାଇଛି। ଏନେଇ ଏସିଏଫ୍‌ଓ ଶରତ ଚନ୍ଦ୍ର ବେହେରା, ନୀଳଗିରି ରେଞ୍ଜର ମନ୍‌ୱାର ଖାନ, କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ରଙ୍କ ନେତୃତ୍ୱରେ ଫରେଷ୍ଟଗାର୍ଡ଼, ସବୁଜବାହିନୀର ଏକ ଟିମ୍‌ ଜଙ୍ଗଲ ଭିତରକୁ ଯାଇ ବିଭିନ୍ନ ସ୍ଥାନର ଛାନଭିନ୍‌ କରି ଫେରିଛନ୍ତି। ଆସନ୍ତା ୧ମାସ ମଧ୍ୟରେ ସମ୍ପୂର୍ଣ୍ଣ ତଥ୍ୟ ଆସିବ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଗତ ଏକ ମାସପୂର୍ବରୁ ଜାଡ଼ାଚୁଆ ଅଞ୍ଚଳରେ ଏକ ମୃତ ହରିଣ ଦେଖିବାକୁ ମିଳିଥିଲା। ହରିଣର ପଛପଟ କ୍ଷତାକ୍ତ ହୋଇପଡ଼ିଥିବା ବେଳେ ଉକ୍ତ ସ୍ଥାନରେ ୨ଦିନ ପର୍ଯ୍ୟନ୍ତ ରଖାଯାଇଥିଲା। ସେଠାରେ ଟ୍ରାପ୍‌ କ୍ୟାମେରା ଲଗାଯିବା ସହ ବାଲି ବିଛାଯାଇଥିଲେ ହେ ଆଜି ପର୍ଯ୍ୟନ୍ତ ଉକ୍ତ ହରିଣର ମୃତୁ୍ୟୁ ବାଘ ଦ୍ୱାରା ହୋଇଥିଲା କି ନାହିଁ ତାହା ସ୍ପଷ୍ଟ ହୋଇପାରିନି। ବନବିଭାଗର କାର୍ଯ୍ୟଦକ୍ଷତାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri