ଗଛ କାଟି ଶାଗୁଆନ ଗଣ୍ଡିକୁ ଲୁଚାଇ ରଖିଥିଲେ, ଖବର ପାଇ ଅଚାନକ ଚଢାଉ କଲା ବନବିଭାଗ, ଆଉ ତା’ପରେ…

ବଲାଙ୍ଗୀର, ୬।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନବିଭାଗ ପକ୍ଷରୁ ମଙ୍ଗଳବାର ତୁଳସୀନଗର ଦୁର୍ଗାମଣ୍ଡପରୁ ଶାଗୁଆନ ଗଣ୍ଡି ଜବତ ହୋଇଛି। ଏହି ସଂକ୍ରାନ୍ତରେ ବଲାଙ୍ଗୀର ରେଞ୍ଜରେ ଏକ ମାମଲା (୧୩/୨୫-୨୬) ରୁଜୁ କରିଛି । ଏହି ଚଢାଉ ଅଭିଯାନରେ ବଲାଙ୍ଗୀର ବନବିଭାଗ ଟିମ ସାମିଲ ଥିଲା । ତୁଳସୀନଗର ଦୁର୍ଗାମଣ୍ଡପରୁ ପ୍ରାୟ ୫୦ ହଜାର ଟଙ୍କାର ମୂଲ୍ୟବାନ ଶାଗୁଆନ କାଠ ସାମଗ୍ରୀ ଜବତ ହୋଇଥିବା ଜଣାପଡିଛି । ବଲାଙ୍ଗୀର ଡିଏଫଓ ଅଜିତ ବିଶିଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ପୂର୍ବାହ୍ନ ସାଢେ ୧୧ଟା ସମୟରେ ବଲାଙ୍ଗୀର ରେଞ୍ଜ କର୍ମଚାରୀମାନେ ଦୁର୍ଗା ମଣ୍ଡପରେ ଚଢାଉ କରିଥିଲେ । ସେଠାରୁ ୪ଟି ଶାଗୁଆନ ଗଣ୍ଡି ଜବତ କରିଥିଲେ । ସୂଚନା ଅନୁଯାୟୀ, ବଲାଙ୍ଗୀର ମହାରାଣୀ ସାଗର ଆଡ଼ିବନ୍ଧ ନିକଟରେ ବିଭିନ୍ନ ପ୍ରକାର ବଡ଼ ପୁରୁଣା ଗଛ ଥିବାବେଳେ ସେଥିମଧ୍ୟରୁ ଏକ ପୁରୁଣା ଶାଗୁଆନ ଗଛକୁ କାଟି ଦେଇ ତାର ଗଣ୍ଡିକୁ ତୁଳସୀ ନଗର ଦୁର୍ଗାମଣ୍ଡପଠାରେ ଲୁଚାଇ ରଖିଥିବା ବନ ବିଭାଗକୁ ବିଶସ୍ତ ସୂତ୍ରରୁ ଖବର ମିଳିଥିଲା । ବଲାଙ୍ଗୀର ଡିଏଫଓଙ୍କ ନିର୍ଦ୍ଦେଶ ପରେ ବନବିଭାଗ ପକ୍ଷରୁ ଚଢାଉ କରି ଶାଗୁଆନ କାଠ ଜବତ କରାଯାଇଥିଲା l ବଲାଙ୍ଗୀର ଜିଲାରେ କାଠ ମାଫିଆ ଏବଂ କାଠ ଚୋରଙ୍କୁ ସାବାଡ କରିବା ପାଇଁ ବଲାଙ୍ଗୀର ବନବିଭାଗ ପକ୍ଷରୁ ଆଗକୁ ମଧ୍ୟ ଜୋରଦାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବନବିଭାଗର ମୋ ସବୁଜ ବଲାଙ୍ଗୀର ଆପ୍‌ ଇନଷ୍ଟଲ କରି ବନ ବିଭାଗକୁ ଗୋପନୀୟ ସୂଚନା ଦେବା ସହ ଗଛର ସୁରକ୍ଷା ଦିଗରେ ଭାଗିଦାରୀ ହେବାକୁ ଡିଏଫଓ ବିଶି ଆହ୍ବାନ ଜଣାଇଛନ୍ତି । ଏହି ଗଛ କଟାରେ କେଉଁମାନେ ସାମିଲ ଅଛନ୍ତି ସେନେଇ ତଦନ୍ତ ଚାଲିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?