ଜଙ୍ଗଲ ଭିତରେ ଲୁଚାଇ ରଖିଥିବା ୭ଟି ଦେଶୀ ବନ୍ଧୁକକୁ ଉଦ୍ଧାର କଲା ବନ ବିଭାଗ

ଠାକୁରମୁଣ୍ଡା,୯।୮(ତାରାକାନ୍ତ ପଟ୍ଟନାୟକ) କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳରୁ ଶିକାରୀମାନେ ଜଙ୍ଗଲରେ ଲୁଚାଇ ରଖିଥିବା ୭ ଟି ଦେଶୀ ବନ୍ଧୁକକୁ ଉଦ୍ଧାର କରିଛି ବନ ବିଭାଗ। ବୁଧବାର ସ୍ଥାନୀୟ ଲୋକ ପ୍ରତିନିଧି ଓ ବନକର୍ମଚାରୀ ମାନେ ବନ୍ଧୁକକୁ ଉଦ୍ଧାର କରି ଠାକୁରମୁଣ୍ଡା ଥାନାରେ ଜିମା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଶିମିଳିପାଳ ଅଭୟାରଣ୍ୟରେ ୨ ଜଣ ବନ କର୍ମଚାରୀଙ୍କୁ ହତ୍ୟା ପରେ ପୋଲିସ ଓ ବନବିଭାଗ ପକ୍ଷରୁ ବନ୍ଧୁକ ଆତ୍ମସମର୍ପଣ ଅଭିଯାନ ଶିମିଳିପାଳ ଜଙ୍ଗଲ ଲାଗି ରହିଥିବା ଗ୍ରାମଗୁଡିକରେ ଆରମ୍ଭ କରାଯାଇ ଜୁଲାଇ ମାସ ୩୧ ତାରିଖ ବନ୍ଧୁକ ଆତ୍ମସମର୍ପଣର ଶେଷ ଦିନ ରଖା ଯାଇଥିଲା। ଆତ୍ମସମର୍ପଣର ଶେଷ ଦିନ ପରେ ବନ୍ଧୁକ ରଖିଥିବ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଚାର କରାଯାଇଥିଲା। ସମର୍ପଣର ଶେଷ ଦିନରେ ସ୍ଥାନୀୟ ସରପଞ୍ଚମାନଙ୍କ ନିକଟରେ ୨୪ଟି ଦେଶୀ ବନ୍ଧୁକକୁ ଶିକାରୀମାନେ ସମର୍ପଣ କରିଥିଲେ। ସେଗୁଡିକୁ ସ୍ଥାନୀୟ ସରପଞ୍ଚମାନେ ମହୁଲଡ଼ିହା ଓ ଠାକୁରମୁଣ୍ଡା ଥାନାରେ ଜିମା ଦେଇଥିଲେ। ପୁଣି ବନ୍ଧୁକ ସମର୍ପଣର ୮ ଦିନ ପରେ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଭେଜଡ଼ିହା ଲାଇନ ଚଟଣି ବୁରୁ ଜଙ୍ଗଲରେ ଥିବା ବିଭିନ୍ନ ଗଛ କୋରଡ, ପଥର ଖୋଲ ଭିତରେ ଶିକାରୀ ମାନେ ବନ୍ଧୁକ ଲୁଚାଇଥିବା ନେଇ ଚମ୍ପାଝର ସରପଞ୍ଚ ବିକ୍ରମ ପିଙ୍ଗୁଆ ଓ ୱାର୍ଡ ସଭ୍ୟ ଗୋବିନ୍ଦ ଲାମୀୟା, ନାରାୟଣ ହୋ ଙ୍କ ସୂଚନା ଅନୁଯାୟୀ ଠାକୁରମୁଣ୍ଡା ରେଞ୍ଜ ଅଧିକାରୀ କିଶୋର କୁମାର ପାଣିଗ୍ରାହୀ ଓ ଅନ୍ୟ ବନ କର୍ମଚାରୀ ମାନେ ଜଙ୍ଗଲ ଭିତରେ ଖୋଜା ଖୋଜି କରି ଶିକାରୀ ମାନେ ଲୁଚାଇ ରଖିଥିବା ୭ ଟି ବନ୍ଧୁକକୁ ଉଦ୍ଧାର କରିଥିଲେ। ଉଦ୍ଧାର ବନ୍ଧୁକ ଗୁଡିକୁ ଠାକୁରମୁଣ୍ଡା ଥାନାରେ ବନ ବିଭାଗ ଜିମା ଦେଇଥିବା ନେଇ ରେଞ୍ଜ ଅଧିକାରୀ କିଶୋର କୁମାର ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri