ଫରେଷ୍ଟଗାର୍ଡଙ୍କୁ ମାଡ଼ ମାରିଲେ ଗ୍ରାମବାସୀ

ନିରାକାରପୁର,୧୮ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଓ ପଟିଆ ସେକ୍ସନ ଅଧୀନରେ ଥିବା ରଣ୍ଡା ବିଟ୍‌ ହାଉସ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏ ନେଇ ଚାନ୍ଦପୁର ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି।

ଘଟଣାରୁ ଜଣାପଡ଼ିଛି ଯେ, ରଣ୍ଡା ବିଟ୍‌ ହାଉସ୍‌ରେ କାର୍ଯ୍ୟରତ ଭବାନୀ ପ୍ରସାଦ ପଟ୍ଟନାୟକଙ୍କୁ କିଛି ଗ୍ରାମବାସୀ ମାଡ଼ ମାରିଛନ୍ତି। ଫଳରେ ଗାର୍ଡ ଜଣଙ୍କ ଆହତ ହୋଇଛନ୍ତି। ରଣ୍ଡା ବିଟ୍‌ ହାଉସ୍‌ରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ଭବାନୀ ପ୍ରସାଦ ପଟ୍ଟନାୟକଙ୍କୁ ଗ୍ରାମବାସୀ ବାଲିମାଫିଆ ବୋଲି ସେମାମାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।

ରଣ୍ଡା ଗ୍ରାମବାସୀ କହିବା ଅନୁଯାୟୀ, ରଣ୍ଡା ଗ୍ରାମରେ କେହି ବ୍ୟକ୍ତି ଘର କରିବା ପାଇଁ ସ୍ଥାନୀୟ ଏକ ଗଛପତ୍ର ନାଳରୁ ବାଲି ଆଣି ଘର କରିଥାନ୍ତି, କିନ୍ତୁ ଏହି ଫରେଷ୍ଟଗାର୍ଡ ଜଣଙ୍କ ଗ୍ରାମବାସୀଙ୍କୁ ହଇରାଣ ହରକତ କରୁଥିବା ବେଳେ କୁକୁଡ଼ା ଓ ପଇସାପତ୍ର ମଧ୍ୟ ମାଗିଥାନ୍ତି। ମଦ୍ୟପାନ କରି ଗ୍ରାମବାସୀଙ୍କୁ ଭୟଭୀତ କରି ଝିଅ ବୋହୂଙ୍କ ଖରାପ ନଜରରେ ଦେଖିବା ସହ ଅନ୍ୟ ଗ୍ରାମକୁ ବାଲି ବିକ୍ରିକରି ୫୦୦/ ୧୦୦୦ ଟଙ୍କା ଆଦାୟ କରିଥାନ୍ତି। ଆଜି ଅନ୍ୟ ଗ୍ରାମକୁ ବାଲି ଚାଲାଣ ହେଉଥବା ସମୟରେ ଗ୍ରାମର ସନ୍ତୋଷ ବରାଳ ଉକ୍ତ ଗାର୍ଡଙ୍କୁ ପଚାରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଗାର୍ଡ ଜଣଙ୍କ ଅତ୍ୟଧିକ ମଦ୍ୟପାନ ହେତୁ ଏକ ଗଛରେ ବାଡେଇ ହୋଇଥିଲେ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଫରେଷ୍ଟଗାର୍ଡ ଚାନ୍ଦପୁର ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ତାଙ୍କ ପ୍ରତିକ୍ରିୟା ଦେବାକୁ ମନାକୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri