୧୨୦୦ ସ୍ଥାନରେ ଜଳୁଛି ଜଙ୍ଗଲ

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ଖରାଦିନ ଆସିଯାଇଥିବାରୁ ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଛି। ସୋମବାର ସୁଦ୍ଧା ୧୨୦୦ ପଏଣ୍ଟରେ ନିଆଁ ଲାଗିଥିବାବେଳେ ଏହା ୧୫୦୦କୁ ବୃଦ୍ଧି ପାଇପାରେ। ତେବେ ଗତ ୧୨ ତାରିଖ ସୁଦ୍ଧା ୯୭ ପ୍ରତିଶତରୁ ଅଧିକ ରେସପନ୍ସ ମିଳିଛି। ସେହିପରି ଭୁବନେଶ୍ୱର ଶିଖରଚଣ୍ଡୀରେ ଲାଗିଥିବା ନିଆଁ ଆୟତ୍ତ ହୋଇସାରିଛି। ଜଙ୍ଗଲରୁ ଚାଲି ଆସିଥିବା ହାତୀକୁ ମଧ୍ୟ ଘଉଡ଼ାଇ ଦିଆଯାଇଛି ବୋଲି ପିସିସିଏଫ୍‌ ଦେବୀଦତ୍ତ ବିଶ୍ୱାଳ କହିଛନ୍ତି।
ନିଆଁର ମୁକାବିଲା କରିବା ପାଇଁ ବନ ବିଭାଗ ସବୁ ପ୍ରକାର ପଦକ୍ଷେପ ନେଉଛି। କିନ୍ତୁ ଏହାକୁ ରୋକିବାରେ ସଫଳତା ମିଳିପାରୁନି। ବନ୍ୟପ୍ରାଣୀ ଶିକାର ଲୋଭରେ ଶିକାରୀମାନେ ଜଙ୍ଗଲରେ ନିଆଁ ଲଗାଉଛନ୍ତି। ଜଙ୍ଗଲରେ ଲାଗୁଥିବା ପ୍ରାୟ ସବୁ ନିଆଁ ମନୁଷ୍ୟକୃତ ହୋଇଥିବାରୁ ଏଥିପାଇଁ ସଚେତନ କରାଯାଉଛି। ନିଆଁ ଲାଗିଲେ ବନ କର୍ମଚାରୀଙ୍କ ମୋବାଇଲକୁ ମେସେଜ ଆସୁଛି। ନିଆଁ ଲିଭାଯିବା ପରେ ଫଟୋ ଉଠାଇ ଅପ୍‌ଲୋଡ୍‌ ମଧ୍ୟ କରାଯାଉଛି। ନିଆଁ ଲଗାଉଥିବା ବେଳେ ଧରାପଡ଼ିଲେ ମାମଲା ରୁଜୁ କରାଯିବା ସହ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯିବ। ରବିବାର କନ୍ଧମାଳ ଜିଲାରେ ନିଆଁ ଲଗାଇବା ବେଳେ ଜଣେ ଶିକାରୀ ଧରାପଡ଼ିଛନ୍ତି। ନିଆଁ ଲାଗିବା ନେଇ କେହି ଖବର ଦେଲେ ୫ ହଜାରରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ବ୍ୟବସ୍ଥା କରାଯାଇଛି। ସେହିପରି ବନ୍ୟପ୍ରାଣୀ ଜନବସତିକୁ ମାଡ଼ି ଆସିବା ନେଇ ବନ ବିଭାଗ ଆଲର୍ଟ ରହିଛି। ତେବେ ଯେଉଁଠି ବନ୍ୟପ୍ରାଣୀ ଆସୁଛନ୍ତି, ତୁରନ୍ତ ବନ କର୍ମଚାରୀଙ୍କୁ ଜଣାଇବା ପାଇଁ ପିସିସିଏଫ୍‌ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri