ଜଳୁଛି ଜଙ୍ଗଲ,ବଢୁଛି ଉତ୍ତାପ

ଚିକିଟି,୨୬।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟି ଅଞ୍ଚଳରେ ଚଳିତବର୍ଷ ଫେବୃୟାରୀରୁ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ପ୍ରବଳ ଖରା ଯୋଗୁ ସାଧାରଣ ଜୀବନ ପ୍ରଭାବିତ ହେଉଛି। ଦିଗପହଣ୍ଡି ବନାଞ୍ଚଳ ଚିକିଟି ସେକ୍ସନ ଅଧୀନରେ ଥିବା ରତନେଇ ଓ ଧାନ୍ୟରାଶିଆ ଜଙ୍ଗଲରେ ନିଅଁା ଦେଖିବାକୁ ମିଳିଛି। ଏଥିଯୋଗୁ ବହୁ ମୂଲ୍ୟବାନ ବୃକ୍ଷ ନଷ୍ଟ ହେବା ସଙ୍ଗେ ସଙ୍ଗେ ବନ୍ୟ ଜୀବଜନ୍ତୁ କ୍ଷତିଗ୍ରସ୍ତ ହେଉଛନ୍ତି। ଜଙ୍ଗଲରେ ନିଆଁ ଯେପରି ନ ଲାଗିବ ସେଥିପ୍ରତି ସ୍ଥାନୀୟ ଲୋକଙ୍କ ସଚେତନତା ଜରୁରୀ ହୋଇପଡୁଛି। ଜଙ୍ଗଲ ବିଭାଗ ପକ୍ଷରୁ ଏଥି ନିମନ୍ତେ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ଅଞ୍ଚଳର କେତେକ ବୃଦ୍ଧିଜୀବୀ ମତବ୍ୟକ୍ତ କରିଛନ୍ତି। ଜଙ୍ଗଲ ବିଭାଗ ନିକଟସ୍ଥ ଗ୍ରାମବାସୀଙ୍କୁ ନେଇ ବନସୁରକ୍ଷା ସମିତି ଗଠନ କରି ସେମାନଙ୍କ ହାତକୁ ଜଙ୍ଗଲ ରକ୍ଷଣାବେକ୍ଷଣ ଦାୟିତ୍ୱ ଦିଆଯାଇଛି। ଚିକିଟି ସେକ୍ସନ ଅଧୀନରେ ୧୦ ବନ ସୁରକ୍ଷା ସମିତି ପଞ୍ଜୀକୃତ ହୋଇସାରିଛି ଏବଂ ବନ ସୁରକ୍ଷା ସମିତିର ସଦସ୍ୟମାନଙ୍କୁ ବିଭାଗୀୟ ପକ୍ଷରୁ ଠିକ୍‌ ତାଲିମ କିମ୍ବା ଜଙ୍ଗଲକୁ ନେଇ ସେମାନେ କିଭଳି ଆର୍ଥିକ ସ୍ବାବଲମ୍ବୀ ହୋଇପାରିବେ ସେଥିପ୍ରତି କୌଣସି କାର୍ଯ୍ୟକ୍ରମ କରାଯାଉନାହିଁ। ଫଳରେ ବନସୁରକ୍ଷା ସମିତି କେବଳ ନାମକୁମାତ୍ର ରହିଛି। କାଠ ମାଫିଆମାନେ ଶାଳ, ପିଆଶାଳ, ଶାଗୁଆନ ଓ ଶିଶୁ କାଠ କାଟୁଥିବା ବେଳେ ଜଙ୍ଗଲ ନିକଟବର୍ତ୍ତୀ ଲୋକମାନେ ଜାଳେଣି କାଠ ପାଇଁ ଗଛ କାଟି ନେଇ ବଜାରରେ ବିକ୍ରି କରୁଛନ୍ତି। ଏ ସମ୍ପର୍କରେ ଚିକିଟି ଫରେଷ୍ଟର ପ୍ରଶାନ୍ତ ରାଓଙ୍କ ସହ ଯୋଗାଯୋଗ ବେଳେ ବର୍ତ୍ତମାନ ଯେଉଁ ନିଅଁା ଲାଗୁଛି ତାହା ସମ୍ପୂର୍ଣ୍ଣ ମନୁଷ୍ୟକୃତ। କେତେକ ଅସାମାଜିକ ବ୍ୟକ୍ତି ଏହିଭଳି କାଣ୍ଡ ଘଟାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri