ସୁରକ୍ଷା ଖୋଜୁଛି ବନୀ ଜଙ୍ଗଲ

ଲଙ୍ଗଳେଶ୍ୱର,୧୧ା୯ (ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କେଉଁ ଆବହମାନ କାଳରୁ ବନୀ ଜଙ୍ଗଲ ସୃଷ୍ଟି କରାଯାଇଛି। ହେଲେ ସଂରକ୍ଷଣ କି ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବାରୁ ଏହା ପ୍ରାୟ ଧ୍ୱଂସ ହେବାକୁ ବସିଲାଣି।
ସଦର ବ୍ଲକ କଷାଫଳ ମୁହାଣ, ଡୁବଡୁବି ନଦୀପାର୍ଶ୍ୱ ଓ ଓଡ଼ିଶା କୋଷ୍ଟ କେନାଲ ପାର୍ଶ୍ୱରେ ଥିବା ବନୀଜଙ୍ଗଲ ଏବେ ଧ୍ୱଂସାଭିମୁଖୀ। ସିଂଲା ଥାନା ରାଜଧାନୀ ଛକଠାରୁ ପଞ୍ଚୁପଡା ପୋଲ ପର୍ଯ୍ୟନ୍ତ ଥିବା ବନୀଜଙ୍ଗଲକୁ ଲୋକମାନେ ନିଜର ଆବଶ୍ୟକତା ଲାଗି କାଟି ପକାଉଛନ୍ତି। ପ୍ରାକୃତିକ ବିପର୍ଯ୍ୟୟରେ ବନୀଜଙ୍ଗଲ ଜନବସତିକୁ ସୁରକ୍ଷା ପ୍ରଦାନ କରିଥାଏ। ଅଧିକରୁ ଅଧିକ ବନୀ ଜଙ୍ଗଲ ସୃଷ୍ଟି, ସୁରକ୍ଷା ଏବଂ ରକ୍ଷଣାବେକ୍ଷଣ ପାଇଁ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଜନବସତିର ସୁରକ୍ଷା ଏବଂ ମୃତ୍ତିକା ସଂରକ୍ଷଣ ପାଇଁ ରାଜ୍ୟ ସରକାର ହେନ୍ତାଳ ଓ ବନୀ ଜଙ୍ଗଲ ସୃଷ୍ଟି କରିବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ଲୋକଙ୍କୁ ସୁରକ୍ଷା ଦେଉଥିବା ବନୀଜଙ୍ଗଲ ଏବେ ନିଜେ ସୁରକ୍ଷା ଖୋଜୁଛି। ଏହାର ସୁରକ୍ଷା ଲାଗି ସାର୍ଥାର ପୂର୍ବତନ ସରପଞ୍ଚ ଦିଲୀପ କୁମାର ମହାନ୍ତି, ଭୂଦେ ସାହୁ, ବିଷ୍ଣୁ ଦିନ୍ଦା, ଜୟନ୍ତୀ ମୁର୍ମୁ, ତପନ ସାହୁ, ମଞ୍ଜୁଲତା ଗାଣ, ଦୀନବନ୍ଧୁ ବେହେରା ପ୍ରମୁଖ ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ବନ ଅଧିକାରୀ ବିଶ୍ୱରାଜ ପଣ୍ଡା କହିଛନ୍ତି, ବନୀଜଙ୍ଗଲ ରକ୍ଷଣାବେକ୍ଷଣ ଦାୟିତ୍ୱ ବନବିଭାଗର। ଯଦି କେହି ଜଙ୍ଗଲ କାଟି ସଫା କରୁଛନ୍ତି ତେବେ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri