ସୁରକ୍ଷା ଖୋଜୁଛି ବନୀ ଜଙ୍ଗଲ

ଲଙ୍ଗଳେଶ୍ୱର,୧୧ା୯ (ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କେଉଁ ଆବହମାନ କାଳରୁ ବନୀ ଜଙ୍ଗଲ ସୃଷ୍ଟି କରାଯାଇଛି। ହେଲେ ସଂରକ୍ଷଣ କି ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବାରୁ ଏହା ପ୍ରାୟ ଧ୍ୱଂସ ହେବାକୁ ବସିଲାଣି।
ସଦର ବ୍ଲକ କଷାଫଳ ମୁହାଣ, ଡୁବଡୁବି ନଦୀପାର୍ଶ୍ୱ ଓ ଓଡ଼ିଶା କୋଷ୍ଟ କେନାଲ ପାର୍ଶ୍ୱରେ ଥିବା ବନୀଜଙ୍ଗଲ ଏବେ ଧ୍ୱଂସାଭିମୁଖୀ। ସିଂଲା ଥାନା ରାଜଧାନୀ ଛକଠାରୁ ପଞ୍ଚୁପଡା ପୋଲ ପର୍ଯ୍ୟନ୍ତ ଥିବା ବନୀଜଙ୍ଗଲକୁ ଲୋକମାନେ ନିଜର ଆବଶ୍ୟକତା ଲାଗି କାଟି ପକାଉଛନ୍ତି। ପ୍ରାକୃତିକ ବିପର୍ଯ୍ୟୟରେ ବନୀଜଙ୍ଗଲ ଜନବସତିକୁ ସୁରକ୍ଷା ପ୍ରଦାନ କରିଥାଏ। ଅଧିକରୁ ଅଧିକ ବନୀ ଜଙ୍ଗଲ ସୃଷ୍ଟି, ସୁରକ୍ଷା ଏବଂ ରକ୍ଷଣାବେକ୍ଷଣ ପାଇଁ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଜନବସତିର ସୁରକ୍ଷା ଏବଂ ମୃତ୍ତିକା ସଂରକ୍ଷଣ ପାଇଁ ରାଜ୍ୟ ସରକାର ହେନ୍ତାଳ ଓ ବନୀ ଜଙ୍ଗଲ ସୃଷ୍ଟି କରିବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ଲୋକଙ୍କୁ ସୁରକ୍ଷା ଦେଉଥିବା ବନୀଜଙ୍ଗଲ ଏବେ ନିଜେ ସୁରକ୍ଷା ଖୋଜୁଛି। ଏହାର ସୁରକ୍ଷା ଲାଗି ସାର୍ଥାର ପୂର୍ବତନ ସରପଞ୍ଚ ଦିଲୀପ କୁମାର ମହାନ୍ତି, ଭୂଦେ ସାହୁ, ବିଷ୍ଣୁ ଦିନ୍ଦା, ଜୟନ୍ତୀ ମୁର୍ମୁ, ତପନ ସାହୁ, ମଞ୍ଜୁଲତା ଗାଣ, ଦୀନବନ୍ଧୁ ବେହେରା ପ୍ରମୁଖ ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ବନ ଅଧିକାରୀ ବିଶ୍ୱରାଜ ପଣ୍ଡା କହିଛନ୍ତି, ବନୀଜଙ୍ଗଲ ରକ୍ଷଣାବେକ୍ଷଣ ଦାୟିତ୍ୱ ବନବିଭାଗର। ଯଦି କେହି ଜଙ୍ଗଲ କାଟି ସଫା କରୁଛନ୍ତି ତେବେ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri