ବନବିଭାଗ ପାଟ୍ରୋଲିଂ ଗାଡ଼ିକୁ ନାଳକୁ ଠେଲିଦେଲା ଦନ୍ତା, ୬ କର୍ମଚାରୀ ଆହତ

ନୀଳଗିରି,୧୩ା୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟର ଏକ ଦନ୍ତାହାତୀ ଖୁମକୁଟ ଅଞ୍ଚଳରେ ଉପଦ୍ରବ କରୁଥିବାର ଖବରପାଇ କୁଲଡିହା ବନବିଭାଗ ଦନ୍ତାଟିକୁ ଘଉଡ଼ାଇବା ପାଇଁ ଯାଇଥିଲେ। ମାତ୍ର ଦନ୍ତାଟି ହିଂସ୍ରମୁଖା ହୋଇ ପାଲଟା ବନବିଭାଗର ପାଟ୍ରୋଲିଂ ବୋଲେରୋକୁ ଆକ୍ରମଣ କରିବା ସହ ଠେଲିଠେଲି ନେଇ ନାଳ ଭିତରକୁ ପକାଇ ଦେଇଛି। ଏଥିରେ ବନ କର୍ମଚାରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସୂଚନାଯୋଗ୍ୟ, କୁଲଡିହା ଅଭୟାରଣ୍ୟର ପଞ୍ଚଲିଙ୍ଗେଶର ବିଟ୍‌ ଅଧୀନ ଗୋଡ଼ିଖୋଳା ନିକଟ ଖୁମକୁଟ ଅଞ୍ଚଳରେ ଏକ ଦନ୍ତାହାତୀ ଉପଦ୍ରବ ଘଟାଇ ଚାଲିଥିବା ନେଇ କୁଲଡିହା ବନବିଭାଗକୁ ଖବର ଆସିଥିଲା। ଏନେଇ ବନପାଳ ଭାଗ୍ୟଶ୍ରୀ ଦ୍ୱିବେଦୀ ଓ ଅନ୍ୟ ୪ଜଣ ସବୁଜବାହିନୀ କର୍ମଚାରୀ ବୁଧବାର ରାତି ସାଢ଼େ ୧୦ଟାରେ ସେଠାରେ ପହଞ୍ଚି ଉକ୍ତ ଦନ୍ତାକୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲେ। ୧ଘଣ୍ଟା ଧରି ଏହି ଦନ୍ତାଟି ବନବିଭାଗ କର୍ମଚାରୀଙ୍କ ପ୍ରୟାସ ମଧ୍ୟରେ ଦନ୍ତା ଶେଷରେ ପାଲଟା ଆକ୍ରମଣ କରିଥିଲା। ଦନ୍ତାଟି ପାଟ୍ରୋଲିଂରେ ଯାଇଥିବା ବୋଲେରୋକୁ ଠେଲି ଠେଲି ଏକ ନାଳ ଭିତରକୁ ଠେଲି ଦେଇଥିବା ବେଳେ ଭିତରେ ବସିଥିବା ୬ଜଣ କର୍ମଚାରୀ ଆହତ ହୋଇଥିଲେ। ସେପଟେ ଖବରପାଇ କୁଲଡିହା ରେଞ୍ଜର ଅନନ୍ତ ଜେନା ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତ କର୍ମଚାରୀଙ୍କୁ ଚିକିତ୍ସା ପାଇଁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri