୭ ଘଣ୍ଟା ଅଟକ ରହିଲେ ବନ କର୍ମଚାରୀ

ଉଦଳା, ୬ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଦୀର୍ଘଦିନ ହେବ ବସବାସ କରୁଥିବା ଲୋଧା ସମ୍ପ୍ରଦାୟ ପରିବାରଗୁଡ଼ିକୁ ଉଚ୍ଛେଦ ଦାବି ନେଇ ଉତ୍ତେଜନା ଲାଗି ରହିଥିଲା। ବୁଧବାର ଅଖଣ୍ଡ ଶିକାର ରୋକିବା ଲାଗି ସଚେତନତା କାର୍ଯ୍ୟକ୍ରମରେ ବନବିଭାଗ ଅଧିକାରୀ ଏବଂ କର୍ମଚାରୀ ଉଦଳା ଥାନା ଅଧୀନ ଅମ୍ବିକାଦେଇପୁର ଗ୍ରାମକୁ ଯାଇଥିବା ବେଳେ ଏହି ଉତ୍ତେଜନା ଉଗ୍ରରୂପ ଧାରଣ କରିଥିଲା। ଉତ୍ତ୍ୟକ୍ତ ଗ୍ରାମବାସୀ ବନବିଭାଗ ଅଧିକାରୀ ଏବଂ କର୍ମଚାରୀଙ୍କୁ ୭ ଘଣ୍ଟାରୁ ଅଧିକ ସମୟ ଅଟକ ରଖିଥିଲେ। ପରେ ବନବିଭାଗ ପକ୍ଷରୁ ୨୮ ଲୋଧା ପରିବାରର ଝୁମ୍ପୁଡ଼ି ଘର ଭାଙ୍ଗି ଉଚ୍ଛେଦ କରାଯିବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ସୂଚନା ଅନୁଯାୟୀ, ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳ ଅମ୍ବିକାଦେଇପୁର ଗ୍ରାମ ନିକଟରେ ଲୋଧା ସମ୍ପ୍ରଦାୟର ୩୦ରୁ ଅଧିକ ପରିବାର ବସବାସ କରନ୍ତି। ଏହି ପରିବାରର ସଦସ୍ୟ ଅଭୟାରଣ୍ୟ ମଧ୍ୟରେ ବ୍ୟାପକ ଭାବେ ଶିକାର ଏବଂ ଗଛକାଟି ନଷ୍ଟ କରୁଛନ୍ତି। ଦୀର୍ଘଦିନ ଧରି ଏଭଳି ଚାଲିଥିବା ବେଳେ ଏହାକୁ ନେଇ ଅମ୍ବିକାଦେଇପୁର ଗ୍ରାମବାସୀ ବାରମ୍ବାର ବନବିଭାଗ ନିକଟରେ ଅଭିଯୋଗ କରି ଆସୁଥିଲେ। ହେଲେ ଅଭିଯୋଗ ପ୍ରତି କେହି କର୍ଣ୍ଣପାତ କରୁ ନ ଥିଲେ। ବୁଧବାର ଜନସଚେତନତା କାର୍ଯ୍ୟକ୍ରମ ସକାଶେ ଗଁାକୁ ଆସିଥିବା ଉଦଳା, ଦେବକୁଣ୍ଡ ଏବଂ ଡୁକୁରା ବନବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ଗ୍ରାମବାସୀ ଅଟକ ରଖିଥିଲେ। ତୁରନ୍ତ ଲୋଧା ସମ୍ପ୍ରଦାୟ ପରିବାରଙ୍କୁ ଶିମିଳିପାଳରୁ ଉଚ୍ଛେଦ କରିବା ଜିଦ୍‌ରେ ଅଡ଼ି ବସିଥିଲେ। ଖବରପାଇ ଶିମିଳିପାଳ ଏସ୍‌ଟିଆରର ସାଉଥ୍‌ ଡିଭିଜନ୍‌ ଏସିଏଫ୍‌ ବିଦ୍ୟା ସାଗର ଏବଂ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ କାର୍ଯ୍ୟରତ ସମସ୍ତ ଅଧିକାରୀଙ୍କ ସମେତ ଉଦଳା ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କ ସହିତ ଆଲୋଚନା କରିଥିଲେ। ପରେ ଲୋଧା ସମ୍ପ୍ରଦାୟର ୨୮ ପରିବାରକୁ ବନବିଭାଗ ଉଚ୍ଛେଦ କରିବାରୁ ୭ ଘଣ୍ଟାରୁ ଅଧିକ ସମୟ ଧରି ଅଟକ ଥିବା ବନ କର୍ମଚାରୀଙ୍କୁ ଗ୍ରାମବାସୀ ଛାଡ଼ି ଦେଇଥିଲେ। ଉଚ୍ଛେଦ ହୋଇଥିବା ଲୋଧା ପରିବାରଗୁଡ଼ିକ ବଣିଆବସା ଅଞ୍ଚଳକୁ ଚାଲିଯାଇଛନ୍ତି। ଆଗାମୀ ଦିନରେ ସେମାନେ ତହସିଲଦାରଙ୍କୁ ଭେଟିବା ସହିତ ସରକାରୀସ୍ତରରେ ସେମାନଙ୍କୁ ଜାଗା ପ୍ରଦାନ କରାଯିବ ବୋଲି ବନବିଭାଗ ଅଧିକାରୀ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri