ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ବନ କର୍ମଚାରୀ

ଭୁବନେଶ୍ୱର,୧୯।୬(ଅଭିଜିତ ଦାସ): ଜଙ୍ଗଲ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀମାନେ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛନ୍ତି। କେତେବେଳେ ଶିକାରୀ ତ ଆଉ କେତେବେଳେ କାଠ ଚୋରଙ୍କ ଆକ୍ରମଣ ଓ ହତ୍ୟାର ଶିକାର ହେଉଛନ୍ତି। ବିଶେଷକରି ଶିମିଳିପାଳରେ ଗତ ମେ’ ୨୪ରେ ବନରକ୍ଷୀ ବିମଳ ଜେନା ଓ ଜୁନ୍‌ ୧୬ ରାତିରେ ଡେପୁଟି ରେଞ୍ଜର ମାଥି ହାଁସଦାଙ୍କୁ ଗୁଳିକରି ହତ୍ୟା ପରେ ବନ କର୍ମଚାରୀମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରତିବାଦରେ ଓଡିଶା ଅଣଗେଜେଟେଡ୍‌ ବନସେବା ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଡାକରା ଦିଆଯାଇଛି। ରବିବାର ଭୁବନେଶ୍ୱରଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଘ ସଭାପତି ଜଗବନ୍ଧୁ ପାତ୍ର ଆନ୍ଦୋଳନ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ବାରମ୍ବାର ବନକର୍ମଚାରୀଙ୍କ ମୃତ୍ୟୁ ଘଟୁଥିଲେ ମଧ୍ୟ ରାଜ୍ୟ ସରକାର ଓ ବିଭାଗୀୟ ମନ୍ତ୍ରୀ ଘଟଣାକୁ କୋଣଠେସା କରୁଛନ୍ତି। ସେହିପରି ଉପରିସ୍ଥ ଅଧିକାରୀଙ୍କୁ ଅଭିଯୋଗ କରାଯାଉଥିଲେ ମଧ୍ୟ ବିଭାଗ ମଧ୍ୟରେ ଅବ୍ୟବସ୍ଥା କାରଣରୁ ବନକର୍ମଚାରୀ ଏଭଳି ଦଶା ଭୋଗୁଛନ୍ତି। ତେଣୁ ସୋମବାରଠାରୁ ଜୁଲାଇ ୮ ଯାଏ ଫରେଷ୍ଟ ଗାର୍ଡ, ଫରେଷ୍ଟର ଓ ଡେପୁଟି ରେଞ୍ଜରମାନେ ଆନ୍ଦୋଳନ କରିବେ। ଏହି ସମୟରେ ସେମାନେ ଜଙ୍ଗଲ ଭିତରେ ପାଟ୍ରୋଲିଂ କରିବେ ନାହିଁ। ଏଥିସହ ୫୦ଟି ସ୍ଥାନରେ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ ମୁତୟନ, କର୍ମଚାରୀ ୱେଲ୍‌ଫେୟାର ଫଣ୍ଡ୍‌ ଗଠନ, ସର୍କଲ ରି-ଅର୍ଗାନାଇଜେଶନ, ରେଞ୍ଜ୍‌ ଓ ବିଟ୍‌ ରିଭିଜନ ସହ ଖାଲି ପଡିଥିବା ପଦବୀଗୁଡିକରେ ପର୍ଯ୍ୟାପ୍ତ ସଂଖ୍ୟକ କର୍ମଚାରୀ ନିଯୁକ୍ତି ଆଦି ୫ ଦଫା ଦାବି ସଂଘ ରଖିଛି। ଯଦି ଏହି ସମୟ ମଧ୍ୟରେ ରାଜ୍ୟ ସରକାର ୫ ଦଫା ଦାବି ପୂରଣ ନ କରନ୍ତି, ତେବେ ଜୁଲାଇ ୧୦ରୁ ସମସ୍ତ ଅଣଗେଜେଟେଡ୍‌ ବନ କର୍ମଚାରୀମାନେ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ କରି ଭୁବନେଶ୍ୱରରେ ଆନ୍ଦୋଳନ କରିବେ ବୋଲି ସଂଘ ପକ୍ଷରୁ ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri