ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ବନ କର୍ମଚାରୀ

ଭୁବନେଶ୍ୱର,୧୯।୬(ଅଭିଜିତ ଦାସ): ଜଙ୍ଗଲ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀମାନେ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛନ୍ତି। କେତେବେଳେ ଶିକାରୀ ତ ଆଉ କେତେବେଳେ କାଠ ଚୋରଙ୍କ ଆକ୍ରମଣ ଓ ହତ୍ୟାର ଶିକାର ହେଉଛନ୍ତି। ବିଶେଷକରି ଶିମିଳିପାଳରେ ଗତ ମେ’ ୨୪ରେ ବନରକ୍ଷୀ ବିମଳ ଜେନା ଓ ଜୁନ୍‌ ୧୬ ରାତିରେ ଡେପୁଟି ରେଞ୍ଜର ମାଥି ହାଁସଦାଙ୍କୁ ଗୁଳିକରି ହତ୍ୟା ପରେ ବନ କର୍ମଚାରୀମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରତିବାଦରେ ଓଡିଶା ଅଣଗେଜେଟେଡ୍‌ ବନସେବା ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଡାକରା ଦିଆଯାଇଛି। ରବିବାର ଭୁବନେଶ୍ୱରଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଘ ସଭାପତି ଜଗବନ୍ଧୁ ପାତ୍ର ଆନ୍ଦୋଳନ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ବାରମ୍ବାର ବନକର୍ମଚାରୀଙ୍କ ମୃତ୍ୟୁ ଘଟୁଥିଲେ ମଧ୍ୟ ରାଜ୍ୟ ସରକାର ଓ ବିଭାଗୀୟ ମନ୍ତ୍ରୀ ଘଟଣାକୁ କୋଣଠେସା କରୁଛନ୍ତି। ସେହିପରି ଉପରିସ୍ଥ ଅଧିକାରୀଙ୍କୁ ଅଭିଯୋଗ କରାଯାଉଥିଲେ ମଧ୍ୟ ବିଭାଗ ମଧ୍ୟରେ ଅବ୍ୟବସ୍ଥା କାରଣରୁ ବନକର୍ମଚାରୀ ଏଭଳି ଦଶା ଭୋଗୁଛନ୍ତି। ତେଣୁ ସୋମବାରଠାରୁ ଜୁଲାଇ ୮ ଯାଏ ଫରେଷ୍ଟ ଗାର୍ଡ, ଫରେଷ୍ଟର ଓ ଡେପୁଟି ରେଞ୍ଜରମାନେ ଆନ୍ଦୋଳନ କରିବେ। ଏହି ସମୟରେ ସେମାନେ ଜଙ୍ଗଲ ଭିତରେ ପାଟ୍ରୋଲିଂ କରିବେ ନାହିଁ। ଏଥିସହ ୫୦ଟି ସ୍ଥାନରେ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ ମୁତୟନ, କର୍ମଚାରୀ ୱେଲ୍‌ଫେୟାର ଫଣ୍ଡ୍‌ ଗଠନ, ସର୍କଲ ରି-ଅର୍ଗାନାଇଜେଶନ, ରେଞ୍ଜ୍‌ ଓ ବିଟ୍‌ ରିଭିଜନ ସହ ଖାଲି ପଡିଥିବା ପଦବୀଗୁଡିକରେ ପର୍ଯ୍ୟାପ୍ତ ସଂଖ୍ୟକ କର୍ମଚାରୀ ନିଯୁକ୍ତି ଆଦି ୫ ଦଫା ଦାବି ସଂଘ ରଖିଛି। ଯଦି ଏହି ସମୟ ମଧ୍ୟରେ ରାଜ୍ୟ ସରକାର ୫ ଦଫା ଦାବି ପୂରଣ ନ କରନ୍ତି, ତେବେ ଜୁଲାଇ ୧୦ରୁ ସମସ୍ତ ଅଣଗେଜେଟେଡ୍‌ ବନ କର୍ମଚାରୀମାନେ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ କରି ଭୁବନେଶ୍ୱରରେ ଆନ୍ଦୋଳନ କରିବେ ବୋଲି ସଂଘ ପକ୍ଷରୁ ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri