ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପ ବଦଳିବ। ଶିକ୍ଷା ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ କାମ କରାଯିବ। ଏହି ପରିପ୍ରେକ୍ଷୀରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଜିଲା ଶିକ୍ଷାଧିକାରୀଙ୍କ ସମଗ୍ର ଶିକ୍ଷା ଓ ଷ୍ଟାର୍ସ ଉପରେ ଏକ ତାଲିମ ଶିବିର ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସମଗ୍ର ଶିକ୍ଷାର ଆଭିମୁଖ୍ୟ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ଦିଗରେ ବିଭିନ୍ନ ଉପାଦାନ ଯଥା ଡିଜିଟାଲ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା, ଶିକ୍ଷକ ତାଲିମ, ଗୋଷ୍ଠୀ ତାଲିମ, କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ, ବିଭିନ୍ନ ପ୍ରକାର ସିଭିଲ୍‌ କାମ ତଥା ବାଳିକା ଆତ୍ମରକ୍ଷା କୌଶଳ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ସମଗ୍ର ଶିକ୍ଷା ମାଧ୍ୟମରେ ମିଳୁଥିବା ବାର୍ଷିକ ଅନୁଦାନ ଯଥା କମ୍ପୋଜିଟ୍‌ ସ୍କୁଲ ଗ୍ରାଣ୍ଟ, ଲାଇବ୍ରେରୀ ଅନୁଦାନ, କ୍ରୀଡ଼ା ଅନୁଦାନ, ବିଦ୍ୟାଳୟ ନିରାପତ୍ତା ଅନୁଦାନ, ଭିତ୍ତିଭୂମି ବିକାଶ ଅନୁଦାନ ଆଦି ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷମାନେ ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ସହ ଆଲୋଚନା କରି ବିଦ୍ୟାଳୟ ଉନ୍ନୟନ ଯୋଜନା ପ୍ରସ୍ତୁତ କରିବା ସହ ସମଗ୍ର ଶିକ୍ଷା ତଥା ଷ୍ଟାର୍ସ ମାଧ୍ୟମରେ ଆବଶ୍ୟକ ଅର୍ଥ ମଞ୍ଜୁରୀ ପାଇଁ ପ୍ରସ୍ତାବ ଦେବାକୁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ବିଦ୍ୟାଳୟର ପୁରାତନ ଛାତ୍ରୀଛାତ୍ରଙ୍କ ସହ ସମ୍ପର୍କ ସ୍ଥାପନ କରି ‘ମୋ ସ୍କୁଲ ଯୋଜନା’ ମାଧ୍ୟମରେ ବିଦ୍ୟାଳୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ କହିଥିଲେ। ସେହିଭଳି ବୈଠକରେ ଉପସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ର ଉପାଧ୍ୟକ୍ଷ ତୁଷାରକାନ୍ତ ତ୍ରିପାଠୀଙ୍କୁ ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ତାଲିମ ପାଇଁ ଖସଡ଼ା ପ୍ରସ୍ତୁତି, ପାଠାଗାର ପାଇଁ ପୁସ୍ତକ ଚୟନ ଓ ଏଲ୍‌ଇପିରେ (ଶିକ୍ଷଣ ଅଭିବୃଦ୍ଧି) ଗୁଣାତ୍ମକ ଶିକ୍ଷା ପାଇଁ ବିିଭିନ୍ନ ଶିକ୍ଷଣ କାର୍ଯ୍ୟକ୍ରମ ଆଦି ପ୍ରସ୍ତୁତ କରିବା ନିମନ୍ତେ ପଦକ୍ଷେପ ନେବାକୁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ୨୦ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୁବ୍‌ଶୀଘ୍ର ୫୦ ଲକ୍ଷ ଟଙ୍କା ଲେଖାଏ ବ୍ୟୟରେ ଡିଜିଟାଲ୍‌ ପାଠାଗାର ନିର୍ମାଣ ପାଇଁ ପଦକ୍ଷେପ ନେବାକୁ ଓସେପାକୁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଓ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri