ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପ ବଦଳିବ। ଶିକ୍ଷା ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ କାମ କରାଯିବ। ଏହି ପରିପ୍ରେକ୍ଷୀରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଜିଲା ଶିକ୍ଷାଧିକାରୀଙ୍କ ସମଗ୍ର ଶିକ୍ଷା ଓ ଷ୍ଟାର୍ସ ଉପରେ ଏକ ତାଲିମ ଶିବିର ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସମଗ୍ର ଶିକ୍ଷାର ଆଭିମୁଖ୍ୟ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ଦିଗରେ ବିଭିନ୍ନ ଉପାଦାନ ଯଥା ଡିଜିଟାଲ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା, ଶିକ୍ଷକ ତାଲିମ, ଗୋଷ୍ଠୀ ତାଲିମ, କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ, ବିଭିନ୍ନ ପ୍ରକାର ସିଭିଲ୍‌ କାମ ତଥା ବାଳିକା ଆତ୍ମରକ୍ଷା କୌଶଳ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ସମଗ୍ର ଶିକ୍ଷା ମାଧ୍ୟମରେ ମିଳୁଥିବା ବାର୍ଷିକ ଅନୁଦାନ ଯଥା କମ୍ପୋଜିଟ୍‌ ସ୍କୁଲ ଗ୍ରାଣ୍ଟ, ଲାଇବ୍ରେରୀ ଅନୁଦାନ, କ୍ରୀଡ଼ା ଅନୁଦାନ, ବିଦ୍ୟାଳୟ ନିରାପତ୍ତା ଅନୁଦାନ, ଭିତ୍ତିଭୂମି ବିକାଶ ଅନୁଦାନ ଆଦି ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷମାନେ ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ସହ ଆଲୋଚନା କରି ବିଦ୍ୟାଳୟ ଉନ୍ନୟନ ଯୋଜନା ପ୍ରସ୍ତୁତ କରିବା ସହ ସମଗ୍ର ଶିକ୍ଷା ତଥା ଷ୍ଟାର୍ସ ମାଧ୍ୟମରେ ଆବଶ୍ୟକ ଅର୍ଥ ମଞ୍ଜୁରୀ ପାଇଁ ପ୍ରସ୍ତାବ ଦେବାକୁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ବିଦ୍ୟାଳୟର ପୁରାତନ ଛାତ୍ରୀଛାତ୍ରଙ୍କ ସହ ସମ୍ପର୍କ ସ୍ଥାପନ କରି ‘ମୋ ସ୍କୁଲ ଯୋଜନା’ ମାଧ୍ୟମରେ ବିଦ୍ୟାଳୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ କହିଥିଲେ। ସେହିଭଳି ବୈଠକରେ ଉପସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ର ଉପାଧ୍ୟକ୍ଷ ତୁଷାରକାନ୍ତ ତ୍ରିପାଠୀଙ୍କୁ ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ତାଲିମ ପାଇଁ ଖସଡ଼ା ପ୍ରସ୍ତୁତି, ପାଠାଗାର ପାଇଁ ପୁସ୍ତକ ଚୟନ ଓ ଏଲ୍‌ଇପିରେ (ଶିକ୍ଷଣ ଅଭିବୃଦ୍ଧି) ଗୁଣାତ୍ମକ ଶିକ୍ଷା ପାଇଁ ବିିଭିନ୍ନ ଶିକ୍ଷଣ କାର୍ଯ୍ୟକ୍ରମ ଆଦି ପ୍ରସ୍ତୁତ କରିବା ନିମନ୍ତେ ପଦକ୍ଷେପ ନେବାକୁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ୨୦ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୁବ୍‌ଶୀଘ୍ର ୫୦ ଲକ୍ଷ ଟଙ୍କା ଲେଖାଏ ବ୍ୟୟରେ ଡିଜିଟାଲ୍‌ ପାଠାଗାର ନିର୍ମାଣ ପାଇଁ ପଦକ୍ଷେପ ନେବାକୁ ଓସେପାକୁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଓ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri