ବରଗଡ଼ର ଭାଜପା ବିଧାୟକଙ୍କ ବିରୋଧରେ ମିଥ୍ୟା ସତ୍ୟପାଠ ଅଭିଯୋଗ ଆଣିଲେ ପୂର୍ବତନ ବିଜେଡି ବିଧାୟକ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନବନିର୍ବାଚିତ ଭାଜପା ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀଙ୍କ ବିରୋଧରେ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ (ବିଜେଡ଼ି) ମିଥ୍ୟା ସତ୍ୟପାଠ ଅଭିଯୋଗ ଆଣିଛନ୍ତିି । ବିଧାୟକ ଷଡ଼ଙ୍ଗୀ ତାଙ୍କ ନାମାଙ୍କନ ପତ୍ରରେ ଭୁଲ ତଥ୍ୟ ଉଲ୍ଲେଖ କରିଥିବା ଅଭିଯୋଗ କରି ପୂର୍ବତନ ଆଚାର୍ଯ୍ୟ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ବିଧାୟକ ଷଡ଼ଙ୍ଗୀଙ୍କ ବିରୋଧରେ ଅପରାଧିକ ମାମଲା ରହିଥିବା ସତ୍ତ୍ବେ ସେ ତାହା ତାଙ୍କ ସତ୍ୟପାଠରେ ଉଲ୍ଲେଖ କରି ନ ଥିବା ବେଳେ ସଠିକ ସମ୍ପତ୍ତି ତାଲିକା ମଧ୍ୟ ଠିକ୍‌ ଭାବେ ଦର୍ଶାଇ ନଥିବା ପୂର୍ବତନ ବିଧାୟକ ଆଚାର୍ଯ୍ୟ ଆପତ୍ତି ଉଠାଇଛନ୍ତି । ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରିଥିବା ଜଣା ପଡ଼ିଛି । ତେବେ ବିଧାୟକ ଷଡ଼ଙ୍ଗୀ ଫୋନ ନ ଉଠାଇବାରୁ ଏ ନେଇ ତାଙ୍କ ମତାମତ ମିଳିପାରି ନାହିଁ।

ପ୍ରକାଶ ଥାଉ କି, ଗତ ସାଧାରଣ ନିର୍ବାଚନରେ ବିଧାୟକ ଷଡ଼ଙ୍ଗୀ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ତଥା ପୂର୍ବତନ ବିଜେଡି ବିଧାୟକ ଆଚାର୍ଯ୍ୟଙ୍କଠାରୁ ୪୭୭୨ ଭୋଟ ବ୍ୟବଧାନରେ ବିଜୟୀ ହେବା ସହିତ ବିଧାୟକ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri