ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ ଦଳୀୟ କର୍ମକର୍ତ୍ତାଙ୍କଠାରୁ ଆରମ୍ଭ କରି ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ବିଜେଡି କାହିଁକି ଏତେ ବଡ଼ ପରାଜୟ କଲା ସେନେଇ ନାନା କଥା ସାମ୍ନାକୁ ଆସୁଛି। ଏପରିକି ବିଜେଡିର ବରିଷ୍ଠ ନେତାମାନେ ମଧ୍ୟ ଜଣଙ୍କ ପରେ ଜଣେ ମୁହଁ ଖୋଲି ହାରିବାର କାରଣ କହୁଛନ୍ତି। ଆଉ କିଛି ନେତା ଚୁପ୍‌ ହୋଇ ହାରିବାର କାରଣ ଖୋଜୁଛନ୍ତି।

ଅନ୍ୟପକ୍ଷରେ ଏହି ହାରିବାକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି ବୌଦ୍ଧ ଜିଲା କଣ୍ଟାମାଳର ପୂର୍ବତନ ବିଧାୟକ ମହୀଧର ରଣା। ସେ କହିଛନ୍ତି, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା। ଯେଉଁଥିପାଇଁ ଦଳ ପରାଜିତ ହେଲା। ଏଥିସହିତ ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନାହିଁ। ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନ ଯିବାରୁ ଦଳ ହାରିଗଲା। ସବୁଠୁ ବଡ଼ କାରଣ ହେଲା ଭାଜପା ତୁଳନାରେ ବିଜେଡିର ନିର୍ବାଚନୀ ଇସ୍ତାହାର ସେତେଟ ଆଖିଦୃଶିଆ ନ ଥିଲା। ଫଳରେ ଦଳକୁ ପରାଜୟ ଭୋଗିବାକୁ ପଡ଼ିଲା।

ସେହିପରି ପୂର୍ବରୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଦଳର ପରାଜୟ ଉପରେ ଖୋଲାଖୋଲି ନିଜ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ସେ କହିଥିଲେ, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ନ ବୁଲିବା କାରଣରୁ ବିଜେଡିର ପରାଜୟବରଣ କରିଛି। ବିଜେଡିର ସବୁ ସ୍ଥାନରେ ଭୋଟ ଅଛି, କିନ୍ତୁ ନବୀନ ବୁଲିଲେନି। ନବୀନ ସମୟ ଦେଇ ନ ପାରିବାରୁ କିଛି ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା। ସେ ଆଉଥରେ ବୁଲିଲେ ସଂଗଠନ ଫେରିଆସିବ ବୋଲି ଆଶା ରହିଛି।

ଏହାପୂର୍ବରୁ ବିଜେଡି ନେତା ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଥିଲେ। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ସୂଚନାଯୋଗ୍ୟ,ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri