ଆମେରିକା କାନ୍ଧରେ ମୁଣ୍ଡ ରଖି କାନ୍ଦିବାକୁ ଲାଗିଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ! କହିଲେ, ଆମକୁ ସାହାଯ୍ୟ କର

ଇସଲାମାବାଦ୍‌,୧୬।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିଜ ଦେଶରେ ନିକଟରେ ହୋଇଥିବା ସାଧାରଣ ନିର୍ବାଚନରେ ଜାଲିଆତି ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ଆମେରିକାକୁ ଅନୁରୋଧ କରିଛନ୍ତି। ଅଗଷ୍ଟ ୨୦୧୮ରେ ପ୍ରଧାନମନ୍ତ୍ରୀ ହୋଇଥିବା ଖାନଙ୍କୁ ଏପ୍ରିଲ ୨୦୨୨ରେ ଏକ ଅବିଶ୍ୱାସ ଭୋଟ ମାଧ୍ୟମରେ ହଟାଇ ଦିଆଯାଇଥିଲା। ବର୍ତ୍ତମାନ ତାଙ୍କୁ ରାୱଲପିଣ୍ଡିର ଆଡିଆଲା ଜେଲରେ ରଖାଯାଇଛି ଏବଂ ଅନେକ ମାମଲାରେ ଦଣ୍ଡ ଭୋଗିବାକୁ ପଡିବ।
ଇମ୍ରାନ ଖାନଙ୍କ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ପାର୍ଟି ଅଭିଯୋଗ କରିଛି ଯେ, ଫେବୃଆରୀ ୮ରେ ସାଧାରଣ ନିର୍ବାଚନ ଠିକ ଭାବରେ କରାଯାଇ ନାହିଁ ଏବଂ ନିର୍ବାଚନ ଫଳାଫଳକୁ କଡାକଡି କରାଯାଇ ନାହିଁ। ସାଧାରଣ ନିର୍ବାଚନରେ ଜାତୀୟ ସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଆବଶ୍ୟକ ସଂଖ୍ୟକ ସିଟ ପାଇଛି। କିନ୍ତୁ ସରକାର ଗଢିବାକୁ ଦିଆଯାଉନାହିଁ।
ଇମ୍ରାନ ଖାନଙ୍କ ପାର୍ଟି ‘ପିଟିଆଇ’ ଦ୍ୱାରା ସମର୍ଥିତ ୧୦୦ରୁ ଅଧିକ ସ୍ବାଧୀନ ପ୍ରାର୍ଥୀ ଜିତିଲେ, କିନ୍ତୁ ନିର୍ବାଚନ ଜାଲିଆତି ହୋଇଛି ବୋଲି ଦଳ ଅଭିଯୋଗ କରିଛି। ଆମେରିକା ଏନେଇ ସ୍ବର ଉତ୍ତୋଳନ କରିା ଉଚିତ୍‌। ଇମ୍ରାନ କହିଛନ୍ତି, ଆମେରିକା ଗଣତନ୍ତ୍ରର ସମର୍ଥକ। ସେମାନେ ଏହାର ସ୍ବର ଉତ୍ତୋଳନ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri