ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ 

ଫୁଲବାଣୀ ଅଫିସ,ଫିରିଙ୍ଗିଆ, ୧୧।୫: କନ୍ଧମାଳ ଜିଲାର ମାଓବାଦୀ ଅଧ୍ୟୁଷତ ଅଞ୍ଚଳ ଫିରିଙ୍ଗିଆ ବ୍ଲକ ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି । ମୃତ ସୁବଳ କହଁର ସୁମେର ବନ୍ଧ ପଞ୍ଚାୟତ ଗଠନ ହେବା ପରେ ପଞ୍ଚାୟତର ପ୍ରଥମ ସରପଞ୍ଚ ଭାବରେ ଦାୟିତ୍ୱ ନେଇଥିଲେ। ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ପାଇଁ ମଧ୍ୟ୍ୟ ବହୁ ପ୍ରଚେଷ୍ଟା କରିଥିଲେ । ଯାହାପାଇଁ ମାଓବାଦୀଙ୍କ ଟାର୍ଗେଟରେ ଥିଲେ ସୁବଳ । ଅନେକ ଥର ସୁବଳଙ୍କୁ ମାଓବାଦୀମାନେ ଧମକ ଦେଇ ଆସୁଥିଲେ। ବୁଧବାର ରାତ୍ର ପ୍ରାୟ ୯ ଟା ସମୟରେ ସୁବଳ ତାଙ୍କ ପରିବାର ସହ ସାଉଲିପଡା ଗାଁ ସ୍ଥିତ ଘରେ ଶୋଇଥିବା ବେଳେ ୧୦ ରୁ ୧୫ ଜଣ ସଶସ୍ତ୍ର ମାଓବାଦୀ ତାଙ୍କୁ ଘରୁ ଡ଼ାକିନେଇ ତାଙ୍କ ଘର ଅଗଣାରେ ହିଁ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି । ଅନ୍ୟପଟେ ଘଟଣା ସ୍ଥଳରୁ ସୁମେରବନ୍ଧ ସିଆରପିଏଫ କ୍ୟାମ୍ପର ଦୂରତା ମାତ୍ର ଗୋଟିଏ କି.ମି. ହୋଇଥିବା ବେଳେ କଡା ସୁରକ୍ଷା ବ୍ୟବସ୍ତା ଥାଇ ମଧ୍ୟ ଏଭଳି ଘଟଣାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ସ୍ଥାନୀୟ ଜନ ସାଧାରଣ । ତେବେ ଘଟଣାଟି ବୁଧବାର ରାତିରୁ ହୋଇଥିବା ବେଳେ ବର୍ତମାନ ପର୍ଯ୍ୟନ୍ତ କୌଣସି ପୋଲିସ ଅଧିକାରୀ କିମ୍ବା ସୁରକ୍ଷାକର୍ମୀ ଘଟଣା ସ୍ଥଳରେ ପହଞ୍ଚି ନ ଥିବା ଜଣା ପଡିଛି । ଅନ୍ୟପଟେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ସାଉଲପଡା ଗାଁ ଭୟରେ ଶୂନ୍ୟ ହୋଇଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri