ହାଟ ସାରି ବାଇକ୍‌ରେ ଫେରୁଥିଲେ ପୂର୍ବତନ ସରପଞ୍ଚ, ସାମ୍ନାପଟୁ ପିଟିଦେଲା କାର୍‌, ଆଉ ତା’ ପରେ…

ଥୁଆମୂଳ ରାମପୁର,୨୪ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତର ଧୂଳିଗୁଡ଼ା ଛକ ନିକଟରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ୍‌ରେ ଥିବା ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଥୁଆମୂଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ଶାଗୁ ମାଝୀ (୫୫)ଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ସୂଚନା ଅନୁଯାୟୀ, ଥୁଆମୂଳ ଗ୍ରାମର ମହେନ୍ଦ୍ର ପ୍ରଧାନୀ (୪୦) ଓ ପୂର୍ବତନ ସରପଞ୍ଚ ଶାଗୁ ମାଝୀ କାଣିଗୁମା ସାପ୍ତାହିକ ହାଟରୁ ବଜାର ସାରି ଏକ ବାଇକ୍‌ (ଓଡି -୦୮ ଏଲ୍‌ ୦୪୨୦) ଯୋଗେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ଥୁଆମୂଳ ରାମପୁର ପଟୁ ଭବାନୀପାଟଣା ଅଭିମୁଖେ ଯାଉଥିବା ଏକ କାର୍‌ (ଓଡି ୦୨ ଏଜି ୮୮୪୪) ସହ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ଏତେ ଜୋର୍‌ଦାର ଥିଲା ଯେ ବାଇକ୍‌ଆରୋହୀ ଦୁହେଁ ରାସ୍ତାରେ ଛିଟିକି ପଡ଼ିଥିଲେ। କାର୍‌ର ସମ୍ମୁଖ ଭାଗ ଓ କାଚ ସମ୍ପୂର୍ଣ୍ଣ ଚୂର୍‌ମାର ହୋଇଯାଇଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ରୁଣ୍ଡ ହୋଇ କିଛି ସମୟ ପାଇଁ କାର୍‌ ଚାଳକଙ୍କୁ ଘେରି ରହିବା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ କାଣିଗୁମାସ୍ଥିତ ‘ସ୍ବାସ୍ଥ୍ୟ ସ୍ବରାଜ’ ହସ୍ପିଟାଲକୁ ନିଆଯାଇଥିଲା। ଶାଗୁ ମାଝୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ମହେନ୍ଦ୍ର ପ୍ରଧାନୀଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଏହି ଦୁର୍ଘଟଣା ପାଇଁ ରାସ୍ତା ନିର୍ମାଣାଧୀନ କାର୍ଯ୍ୟର ମନ୍ଥରଗତିକୁ ଦାୟୀ କରିଛନ୍ତି ଥୁଆମୂଳ ସରପଞ୍ଚ ତଥା ବ୍ଲକ ସରପଞ୍ଚ ସଂଘ ସଭାପତି ବଳଭଦ୍ର ଜାନୀ।

ସେ କହିଛନ୍ତି ଯେ, ଗୁଣୁପୁର-ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାର ସମ୍ପ୍ରସାରଣ କାମ ଅତି ନିମ୍ନମାନର ଓ ମନ୍ଥର ଭାବେ ଚାଲିଛି। ରାସ୍ତା ସାରା ଧୂଳି, ବାଲି ଓ ଚିପ୍ସ ବିଛାଡ଼ି ହୋଇ ପଡ଼ିଥିଲେ ହେଁ ନିୟମିତ ପାଣି ପକାଯାଉ ନାହିଁ କି ରୋଲର ଚଲାଯାଉନାହିଁ। ଫଳରେ ଦୃଶ୍ୟମାନ ଦୂରତା କମିବା ସହ ଗାଡ଼ି ସ୍ଲିପ୍‌ କରି ଦୁର୍ଘଟଣା ଘଟୁଛି। ଏଥିସହ ଜାନୀ ଟ୍ରାଫିକ ନିୟମ ଉଲ୍ଲଂଘନକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ଅଧିକାଂଶ ଚାଳକଙ୍କ ପାଖରେ ଲାଇସେନ୍ସ ନାହିଁ କି ସେମାନେ ହେଲମେଟ୍‌ ଓ ସିଟ୍‌ବେଲ୍ଟ ବ୍ୟବହାର କରୁନାହାନ୍ତି। ନିଜର ଅମୂଲ୍ୟ ଜୀବନକୁ ବଞ୍ଚାନ୍ତୁ ଓ ନିୟମ ମାନନ୍ତୁ ବୋଲି ସେ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଯଦି ବିଭାଗୀୟ ଅଧିକାରୀ ଓ ଠିକାସଂସ୍ଥା ତୁରନ୍ତ ସତର୍କ ନ ହୁଅନ୍ତି, ତେବେ ଆଗାମୀ ଦିନରେ ବଡ଼ ଦୁର୍ଘଟଣା ପାଇଁ ସେମାନେ ଦାୟୀ ରହିବେ ବୋଲି ସେ ଚେତାବନୀ ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri