Posted inଖେଳ

ବାହାରିନ୍‌ରେ ଆରମ୍ଭ ହେବ ଫର୍ମୁଲା ଓ୍ବାନ ସିଜନ

ଲଣ୍ଡନ, ୧୩ା୧ (ଏପି)-ଚଳିତବର୍ଷ ଫର୍ମୁଲା ଓ୍ବାନ ସିଜନ ଗୋଟିଏ ସପ୍ତାହ ବିଳମ୍ବ ଘଟିଛି। କୋଭିଡ୍‌ ଯୋଗୁ ଅଷ୍ଟ୍ରେଲିଆନ ଗ୍ରାଁପ୍ରି ମାର୍ଚ୍ଚରୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଥିବାରୁ ଏଥର ଫର୍ମୁଲା ଓ୍ବାନ ସିଜନ ବାହାରିନରେ ଆରମ୍ଭ ହେବ। ମାର୍ଚ୍ଚ ୨୧ରେ ମେଲବୋର୍ନରେ ଅଷ୍ଟ୍ରେଲିଆନ ରେସ୍‌ ସହ ସିଜନ ଆରମ୍ଭ ଯୋଜନା ଥିଲା। କିନ୍ତୁ ଏହି ଦେଶରେ ବର୍ତ୍ତମାନର କୋଭିଡ୍‌ ପରିସ୍ଥିତିକୁ ଧ୍ୟାନରେ ରଖି ଆୟୋଜକଗଣ ରେସ୍‌କୁ ନଭେମ୍ବର ୨୧କୁ ଘୁଞ୍ଚାଇ ଦେଇଛନ୍ତି। ଚାଇନିଜ୍‌ ଗ୍ରାଁକୁ ମଧ୍ୟ ସ୍ଥଗିତ ରଖାଯାଇଛି। ଏଥିପାଇଁ ନୂଆ ତାରିଖ ଧାର୍ଯ୍ୟ କରାଯାଇ ନାହିଁ। କରୋନା ପାଇଁ ଅଷ୍ଟ୍ରେଲିଆ ଓ ଚାଇନାରେ ଯାତାୟାତ କଟକଣା ଯୋଗୁ ଦେଶରେ ଫର୍ମୁଲା ଓ୍ବାନ ଟିମ୍‌ ପ୍ରବେଶ କଷ୍ଟସାଧ୍ୟ। ସାଖିରଠାରେ ମାର୍ଚ୍ଚ ୨୮ରେ ବାହାରିନ ଗ୍ରାଁ ପ୍ରି ସହ ସିଜନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri