ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ ସମୟର ୧୦ ମାସ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ୫୦ ପ୍ରତିଶତ କାମ ମଧ୍ୟ ସରି ନ ଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ସେତୁ ନିକଟରେ ଥିବା ଶିଳାନ୍ୟାସ ଫଳକ ମଧ୍ୟ ମାଟି ଭିତରେ ପୋତି ହୋଇଯାଇଛି। ସେତୁ ନିର୍ମାଣ କାମରେ ବିଳମ୍ବ ଯୋଗୁ ସ୍ଥାନୀୟ ଲୋକେ ଯାତାୟାତରେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବର୍ଷା ସମୟରେ ଲୋହରାଖଣ୍ଡି ନଦୀରେ ଜଳସ୍ତର ବୃଦ୍ଧି ପାଇଲେ ଲୋକେ ବାଧ୍ୟ ହୋଇ ବିକଳ୍ପ ରାସ୍ତା ଭାବେ କେନାଲ ସେତୁ ଉପରେ ଯାତାୟାତ କରୁଛନ୍ତି। ନଦୀ ଉପର ଦେଇ କେନାଲ ଯାଇଥିବାରୁ ବର୍ଷା ସମୟରେ ଏହି ରାସ୍ତାରେ ଯାତାୟାତ ଅତ୍ୟନ୍ତ ବିପଦସଙ୍କୁଳ ହୋଇପଡ଼ୁଛି। ତୁରନ୍ତ ସେତୁ କାମ ତ୍ୱରାନିତ୍ୱ କରି ନିର୍ମାଣ ଶେଷ କରିବାକୁ ସାଧାରଣରେ ଦାବି ହୋଇଛି।

ଘଟଣାରୁ ପ୍ରକାଶ ଯେ, ୨୦୨୩ ଜୁଲାଇ ମାସରେ ଉକ୍ତ ସେତୁ ନିର୍ମାଣ କାମର ଶିଳାନ୍ୟାସ ହୋଇଥିଲା। ଏଥିପାଇଁ ୫ କୋଟି ୬୬ ଲକ୍ଷ ୫୯ ହଜାର ୯୪୯ ଟଙ୍କା ବ୍ୟୟ ଅଟକଳ ରଖାଯାଇଥିଲା। ୨୦୨୫ ନଭେମ୍ବର ୩୦ ସୁଦ୍ଧା କାମ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟସୀମା ଅତିକ୍ରମ କରିଯାଇଥିଲେ ମଧ୍ୟ କାମର ଅଗ୍ରଗତି ୫୦ ପ୍ରତିଶତରୁ କମ୍‌ ରହିଥିବା ଜଣାପଡ଼ିଛି।

ସୂଚନାନୁସାରେ, ଗତବର୍ଷ ବର୍ଷା ଋତୁରେ ଗୋଟିଏ ପିଲାର ଉପରେ ସେତୁର ଛାତ ପଡ଼ିଥିଲା। ପରବର୍ତ୍ତୀ ସମୟରେ ଉକ୍ତ ଛାତରେ ଖାଲଢିପ ଦେଖାଦେବାରୁ ତାହାକୁ ଭାଙ୍ଗି ଦିଆଯାଇଥିଲା। ଏହାପରଠାରୁ ସେତୁ ନିର୍ମାଣ କାମ ଆହୁରି ମନ୍ଥର ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କ ମତାମତ ନେବାକୁ ତାଙ୍କର ସରକାରୀ ଫୋନ୍‌ ନମ୍ବରରେ ଯୋଗାଯୋଗ କରାଯାଇଥିଲା। କିନ୍ତୁ ଉକ୍ତ ଫୋନ୍‌ ନମ୍ବର ନ ଲାଗିବାରୁ ତାଙ୍କ ମତାମତ ନିଆଯାଇପାରିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?