Posted inUncategorized

ପଡିଆକୁ ଆସିବା ପୂର୍ବରୁ ମଦ ପିଉଥିଲେ ଏହି ୪ ଖେଳାଳି

କିଛି ଖେଳାଳି ଅଛନ୍ତି ଯେଉଁମାନେ ନିଜ ପରିଶ୍ରମରେ କ୍ରିକେଟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି। ଆଉ କିଛି ଖେଳାଳି ଅଛନ୍ତି ପ୍ରାରମ୍ଭରେ ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ନିଜ ଖରାପ ଅଭ୍ୟାସ ଯୋଗୁ ଦର୍ଶକ ତାଙ୍କୁ ନାପସନ୍ଦ କରିଛନ୍ତି। ସେମିତି କିଛି କ୍ରିକେଟରଙ୍କ ବିଷୟରେ ଜାଣନ୍ତୁ…

ହର୍‌ଶେଲ୍‌ ଗିବ୍ସ
ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ହର୍‌ଶେଲ୍‌ ଗିବ୍ସ ଜଣେ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନ୍‌ ଥିଲେ। ନିଜ ଦଳକୁ ସେ ଅନେକଥର ଜିତାଇ ମଧ୍ୟ ଥିଲେ। ନିଜ ଆତ୍ମକଥା ‘ଟୁ ଦ ପଏଣ୍ଟ’ରେ ଗିବ୍ସ ସ୍ବୀକାର କରିଥିଲେ, ଖେଳିବାକୁ ଯିବା ପୂର୍ବରୁ ସେ ମଦ୍ୟପାନ କରି ଯାଉଥିଲେ।

ଜେଶି ରାଇଡର୍‌
ନ୍ୟୁଜିଲାଣ୍ଡର ପୂର୍ବତନ ଓପନର୍‌ ଜେଶି ରାଇଡର୍‌ ମ୍ୟାଚ୍‌ ଦିନ ସକାଳୁ ମଦ ପିଇଥିବାର ଥରେ ଧରାପଡିଥିଲେ। ଏହି କାରଣରୁ ତାଙ୍କୁ ଉକ୍ତ ମ୍ୟାଚ୍‌ରୁ ବାଦ୍‌ ଦିଆଯାଇଥିଲା।

ଆଣ୍ଡ୍ରୁ ସାଇମଣ୍ଡ୍ସ
ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ରୁ ସାଇମଣ୍ଡ୍ସ ନିଜ ପ୍ରଭାବୀ ପ୍ରଦର୍ଶନ ଦ୍ୱାରା ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅନେକ ମ୍ୟାଚ୍‌ ସେ ଅଷ୍ଟ୍ରେଲିଆ ଦଳକୁ ଜିତାଇଥିଲେ। ବାଂଲାଦେଶ ବିପକ୍ଷ ଏକ ମ୍ୟାଚ୍‌ରେ ସାଇମଣ୍ଡ୍ସ ପ୍ରବଳ ମଦ୍ୟପାନ କରିଥିଲେ। ଏନେଇ ସେତେବେଳେ ଅଷ୍ଟ୍ରେଲିଆର ଅଧିନାୟକ ଥିବା ରିକି ପଣ୍ଟିଂ ତାଙ୍କ ଉପରେ ରାଗିଯାଇଥିଲେ।

ଆଣ୍ଡ୍ରୁ ଫ୍ଲିଣ୍ଟଫ୍‌
ଇଂଲଣ୍ଡର ପୂର୍ବତନ ଖେଳାଳି ଆଣ୍ଡ୍ରୁ ଫ୍ଲିଣ୍ଟଫ୍‌ ୨୦୦୫ ଆଶେସ୍‌ ବିଜୟର ହିରୋ ଥିଲେ। ଏକ ଚ୍ୟାଟ୍‌ ସେ କହିଥିଲେ, ଦକ୍ଷିଣ ଆଫ୍ରିକା ବିପକ୍ଷ ଏକ ମ୍ୟାଚ୍‌ ଖେଳିବା ପୂର୍ବରୁ ସେ ମଦ୍ୟପାନ କରିଥିଲେ। ଉକ୍ତ ମ୍ୟାଚ୍‌ରେ ସେ ଶତକ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri