ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ: ବିଭିନ୍ନ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ୱର,୬।୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ରହିଛି । ଏହା ପରେ ଅପରାହ୍ନରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଉପରେ ଆଲୋଚନା ହେବ ।