ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ରାଜନଗର,୧୦ା୧୨(ଡି.ଏନ.ଏ.) :ସ୍ବାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ ନେତା, ସାମ୍ବାଦିକ, ସାମାଜିକ କର୍ମୀ ଜୟସିଂହ ମହାପାତ୍ରଙ୍କ ବୁଧବାର ଅପରାହ୍ନରେ ୯୫ ବର୍ଷରେ ପରଲୋକ ହୋଇଯାଇଛି। ସପ୍ତାହେ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ହୋଇଯାଇଛି। ତାଙ୍କ ମରଶରୀରକୁ ଜନ୍ମମାଟି ରାଜନଗର ଗଁାକୁ ଅଣାଯାଇଛି। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ରାଜନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ବର୍ଗତ ମହାପାତ୍ର ୧୯୫୫ରୁ ୧୯୮୯ ଯାଏ ସଂସ୍କୃତ ଟୋଲରୁ ଶିକ୍ଷକତା କରି ଅବସର ନେଇଥିଲେ। ୧୯୫୨ରେ ପ୍ରଜାତନ୍ତ୍ରର ରାଜନଗର ପ୍ରତିନିଧି ଭାବେ କାର୍ଯ୍ୟ କରିଥିଲେ। ମହିମା ଧର୍ମର ଅନ୍ୟତମ ପରିବ୍ରାଜକ ସନ୍ଥ କ୍ଷେତ୍ରବାସୀ ବାବାଙ୍କ ଜୀବନୀ ରଚନା କରିଥିଲେ। ସେ ରାଜନଗର ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ, ସାଂସ୍କୃତିକ, ଧାର୍ମିକ ଅନୁଷ୍ଠାନ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ମୃତ୍ୟୁରେ ରାଜନଗର ବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ବ୍ଲକ ବିଜେଡି ସଭାପତି ଅଶୋକ କୁମାର ପ୍ରତିହାରୀ, ରାଜନଗର ସରପଞ୍ଚ ପ୍ରଭାତ ଚନ୍ଦ୍ର ମିଶ୍ର, ସମିତିସଭ୍ୟ ସତ୍ୟବାନ ସେଠୀ, ରାଜନଗର ଅଭିରାମ ସେବାଶ୍ରମର ସେବକ ଅଭୟ ବାବା, ରାଜ୍ୟ କୃଷି ଉପଦେଷ୍ଟା କୃତ୍ତିବାସ ପାତ୍ର ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri