ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ରାଜନଗର,୧୦ା୧୨(ଡି.ଏନ.ଏ.) :ସ୍ବାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ ନେତା, ସାମ୍ବାଦିକ, ସାମାଜିକ କର୍ମୀ ଜୟସିଂହ ମହାପାତ୍ରଙ୍କ ବୁଧବାର ଅପରାହ୍ନରେ ୯୫ ବର୍ଷରେ ପରଲୋକ ହୋଇଯାଇଛି। ସପ୍ତାହେ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ହୋଇଯାଇଛି। ତାଙ୍କ ମରଶରୀରକୁ ଜନ୍ମମାଟି ରାଜନଗର ଗଁାକୁ ଅଣାଯାଇଛି। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ରାଜନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ବର୍ଗତ ମହାପାତ୍ର ୧୯୫୫ରୁ ୧୯୮୯ ଯାଏ ସଂସ୍କୃତ ଟୋଲରୁ ଶିକ୍ଷକତା କରି ଅବସର ନେଇଥିଲେ। ୧୯୫୨ରେ ପ୍ରଜାତନ୍ତ୍ରର ରାଜନଗର ପ୍ରତିନିଧି ଭାବେ କାର୍ଯ୍ୟ କରିଥିଲେ। ମହିମା ଧର୍ମର ଅନ୍ୟତମ ପରିବ୍ରାଜକ ସନ୍ଥ କ୍ଷେତ୍ରବାସୀ ବାବାଙ୍କ ଜୀବନୀ ରଚନା କରିଥିଲେ। ସେ ରାଜନଗର ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ, ସାଂସ୍କୃତିକ, ଧାର୍ମିକ ଅନୁଷ୍ଠାନ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ମୃତ୍ୟୁରେ ରାଜନଗର ବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ବ୍ଲକ ବିଜେଡି ସଭାପତି ଅଶୋକ କୁମାର ପ୍ରତିହାରୀ, ରାଜନଗର ସରପଞ୍ଚ ପ୍ରଭାତ ଚନ୍ଦ୍ର ମିଶ୍ର, ସମିତିସଭ୍ୟ ସତ୍ୟବାନ ସେଠୀ, ରାଜନଗର ଅଭିରାମ ସେବାଶ୍ରମର ସେବକ ଅଭୟ ବାବା, ରାଜ୍ୟ କୃଷି ଉପଦେଷ୍ଟା କୃତ୍ତିବାସ ପାତ୍ର ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?