ସ୍ବାଧୀନତା ସଂଗ୍ରାମୀଙ୍କ ସ୍ତ୍ରୀ ସମ୍ବର୍ଦ୍ଧିତ

ପାଟଣା,୮ା୯(ସ୍ବ.ପ୍ର.): ସ୍ବାଧୀନତାର ଅମୃତ ମହୋତ୍ସବ ପାଇଁ ଭୁବନେଶ୍ୱରରୁ ବାହାରିଥିବା ଅହିଂସା ରଥ ଗୁରୁବାର ପାଟଣା ବ୍ଲକ ମଲ୍ଲିପଶି ଜନତା ହାଇସ୍କୁଲ ଓ ପରେ ପାଟଣା ମୁଖ୍ୟାଳୟ ଗୋପୀନାଥ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲା। ଏଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥ ସାରଥୀ ବେଜ୍‌ ସଂଯୋଜନା କରିଥିଲେ। ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଯୋଗ ଦେଇ କେନ୍ଦୁଝର ଜିଲାର ଜଣାଶୁଣା ଗାନ୍ଧୀବାଦୀ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ କାହ୍ନୁ ଚରଣ ଦାଶଙ୍କ ସ୍ତ୍ରୀ ପାର୍ବତୀ ଦାଶଙ୍କୁ ଅଙ୍ଗବସ୍ତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମର୍ଦ୍ଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣାପାଣି ନାୟକ, ଜିଲାପରିଷଦ ସଭ୍ୟା ରୁନୁ ମହାନ୍ତ, ଡବ୍ଲ୍ୟୁଓ ଶୁଭେନ୍ଦୁ କୁମାର ବଳ, ତହସିଲଦାର ତାପସ ରଞ୍ଜନ ଦେହୁରୀ,ଆଡିଶନାଲ ତହସିଲଦାର ଶରଣ କୁମାର ଜେନା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ,ବିଜେଡି ବ୍ଲକ ସଭାପତି ମାଧବାନନ୍ଦ ପୃଷ୍ଟି,ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ ଓ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରତାପ ଚନ୍ଦ୍ର ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri