ସ୍ବାଧୀନତା ସଂଗ୍ରାମୀଙ୍କ ସ୍ତ୍ରୀ ସମ୍ବର୍ଦ୍ଧିତ

ପାଟଣା,୮ା୯(ସ୍ବ.ପ୍ର.): ସ୍ବାଧୀନତାର ଅମୃତ ମହୋତ୍ସବ ପାଇଁ ଭୁବନେଶ୍ୱରରୁ ବାହାରିଥିବା ଅହିଂସା ରଥ ଗୁରୁବାର ପାଟଣା ବ୍ଲକ ମଲ୍ଲିପଶି ଜନତା ହାଇସ୍କୁଲ ଓ ପରେ ପାଟଣା ମୁଖ୍ୟାଳୟ ଗୋପୀନାଥ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲା। ଏଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥ ସାରଥୀ ବେଜ୍‌ ସଂଯୋଜନା କରିଥିଲେ। ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଯୋଗ ଦେଇ କେନ୍ଦୁଝର ଜିଲାର ଜଣାଶୁଣା ଗାନ୍ଧୀବାଦୀ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ କାହ୍ନୁ ଚରଣ ଦାଶଙ୍କ ସ୍ତ୍ରୀ ପାର୍ବତୀ ଦାଶଙ୍କୁ ଅଙ୍ଗବସ୍ତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମର୍ଦ୍ଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣାପାଣି ନାୟକ, ଜିଲାପରିଷଦ ସଭ୍ୟା ରୁନୁ ମହାନ୍ତ, ଡବ୍ଲ୍ୟୁଓ ଶୁଭେନ୍ଦୁ କୁମାର ବଳ, ତହସିଲଦାର ତାପସ ରଞ୍ଜନ ଦେହୁରୀ,ଆଡିଶନାଲ ତହସିଲଦାର ଶରଣ କୁମାର ଜେନା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ,ବିଜେଡି ବ୍ଲକ ସଭାପତି ମାଧବାନନ୍ଦ ପୃଷ୍ଟି,ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ ଓ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରତାପ ଚନ୍ଦ୍ର ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri