ଶବ ସଂରକ୍ଷଣ ଗୃହରେ ଫ୍ରିଜର ଅଚଳ, ପୋଲିସ ହଟହଟା

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ରହିଥିବା ଶବ ସଂରକ୍ଷଣ ଗୃହର ଫ୍ରିଜର ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି । ଏହାକୁ ମରାମତି କରାଯାଇ ନ ଥିବା ଯୋଗୁ ଏଠାରେ ମୃତଦେହ ସଂରକ୍ଷିତ ରଖାଯାଇ ପାରୁନାହିଁ। ଫଳରେ ଲୋକଙ୍କୁ ହଟହଟା ହେବାକୁ ପଡୁଛି ।

ବୁଧବାର ଅତାବିରା ଥାନା ଗୋଡ଼ଭଗା ଫାଣ୍ଡି ପୋଲିସ ବ୍ୟବଚ୍ଛେଦ ପାଇଁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉକ୍ତ ଡାକ୍ତରଖାନାକୁ ଆଣିଥିଲା । ତେବେ ମୃତକଙ୍କ ପରିଚୟ ମିଳି ନ ଥିବା ଯୋଗୁ ମୃତଦେହ ଚିହ୍ନଟ ପାଇଁ ୭୨ଘଣ୍ଟା ପର୍ଯ୍ୟନ୍ତ ସଂରକ୍ଷିତ ରଖିବା ପାଇଁ ନିୟମ ରହିଛି। ଏହି ଦୃଷ୍ଟିରୁ ବ୍ୟବଚ୍ଛେଦ ପରେ ମୃତଦେହକୁ ସଂରକ୍ଷଣ ଗୃହରେ ରଖିବା ପାଇଁ ଗୋଡ଼ଭଗା ଫାଣ୍ଡି ଅଧିକାରୀ ବିପିନ ବାଗ ଡାକ୍ତରଖାନାରେ ଥିବା ବିଭାଗୀୟ କର୍ମଚାରୀଙ୍କୁ କହିଥିଲେ। ମାତ୍ର ଫ୍ରିଜର ଅଚଳ ଥିବା ଯୋଗୁ ସେଠାରେ ମୃତଦେହ ସଂରକ୍ଷିତ ରଖିବା ସମ୍ଭବ ନୁହେଁ ବୋଲି ବିଭାଗୀୟ କର୍ମଚାରୀମାନେ କହିଥିଲେ । ଏ ନେଇ ଗୋଡ଼ଭଗା ପୋଲିସ ଚିନ୍ତାରେ ପଡିବା ସହ ହଟହଟା ହେବାକୁ ପଡ଼ିଛି। ଇତିମଧ୍ୟରେ ମୃତଦେହ ସଂରକ୍ଷିତ ରଖିବା ପାଇଁ ଗୋଡ଼ଭଗା ପୋଲିସ ବୁର୍ଲା ଯାଇଥିବା ସୂଚନା ମିଳିଛି ।

ଏ ନେଇ ଗୋଡ଼ଭଗା ଫାଣ୍ଡି ଅଧିକାରୀ ବାଗଙ୍କୁ ପଚାରିବାରୁ, ମଙ୍ଗଳବାର ରାତିରେ ଗୋଡ଼ଭଗା ସମଲେଶ୍ୱରୀ ମନ୍ଦିରରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବୁଧବାର ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା । ତେବେ ମୃତକଙ୍କ ପରିଚୟ ମିଳି ନ ଥିବାରୁ ଡାକ୍ତରଖାନା ଫ୍ରିଜରରେ ସଂରକ୍ଷିତ ରଖିବା ପାଇଁ ବିଭାଗୀୟ କର୍ମଚାରୀଙ୍କୁ ଅବଗତ କରାଯାଇଥିଲା। ଫ୍ରିଜର ଅଚଳ ଥିବା କର୍ମଚାରୀମାନେ କହିଥିଲେ । ସେହିପରି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅରୁଣ ପାତ୍ରଙ୍କୁ ପଚାରିବାରୁ,ଫ୍ରିଜର ମରାମତି ପାଇଁ ଆବଶ୍ୟକ ଯନ୍ତ୍ରାଂଶ ଏଠାରେ ଉପଲବ୍ଧ ହେଉ ନାହିଁ । ବାହାରୁ ମେକାନିକ ଆସି ଫ୍ରିଜର ଦେଖି ଯାଇଛନ୍ତି । ୨ରୁ ୩ଦିନ ମଧ୍ୟରେ ଆବଶ୍ୟକ ଯନ୍ତ୍ରାଂଶ ଧରି ଆସି ଫ୍ରିଜର ମରାମତି କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri