ଶବ ସଂରକ୍ଷଣ ଗୃହରେ ଫ୍ରିଜର ଅଚଳ, ପୋଲିସ ହଟହଟା

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ରହିଥିବା ଶବ ସଂରକ୍ଷଣ ଗୃହର ଫ୍ରିଜର ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି । ଏହାକୁ ମରାମତି କରାଯାଇ ନ ଥିବା ଯୋଗୁ ଏଠାରେ ମୃତଦେହ ସଂରକ୍ଷିତ ରଖାଯାଇ ପାରୁନାହିଁ। ଫଳରେ ଲୋକଙ୍କୁ ହଟହଟା ହେବାକୁ ପଡୁଛି ।

ବୁଧବାର ଅତାବିରା ଥାନା ଗୋଡ଼ଭଗା ଫାଣ୍ଡି ପୋଲିସ ବ୍ୟବଚ୍ଛେଦ ପାଇଁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉକ୍ତ ଡାକ୍ତରଖାନାକୁ ଆଣିଥିଲା । ତେବେ ମୃତକଙ୍କ ପରିଚୟ ମିଳି ନ ଥିବା ଯୋଗୁ ମୃତଦେହ ଚିହ୍ନଟ ପାଇଁ ୭୨ଘଣ୍ଟା ପର୍ଯ୍ୟନ୍ତ ସଂରକ୍ଷିତ ରଖିବା ପାଇଁ ନିୟମ ରହିଛି। ଏହି ଦୃଷ୍ଟିରୁ ବ୍ୟବଚ୍ଛେଦ ପରେ ମୃତଦେହକୁ ସଂରକ୍ଷଣ ଗୃହରେ ରଖିବା ପାଇଁ ଗୋଡ଼ଭଗା ଫାଣ୍ଡି ଅଧିକାରୀ ବିପିନ ବାଗ ଡାକ୍ତରଖାନାରେ ଥିବା ବିଭାଗୀୟ କର୍ମଚାରୀଙ୍କୁ କହିଥିଲେ। ମାତ୍ର ଫ୍ରିଜର ଅଚଳ ଥିବା ଯୋଗୁ ସେଠାରେ ମୃତଦେହ ସଂରକ୍ଷିତ ରଖିବା ସମ୍ଭବ ନୁହେଁ ବୋଲି ବିଭାଗୀୟ କର୍ମଚାରୀମାନେ କହିଥିଲେ । ଏ ନେଇ ଗୋଡ଼ଭଗା ପୋଲିସ ଚିନ୍ତାରେ ପଡିବା ସହ ହଟହଟା ହେବାକୁ ପଡ଼ିଛି। ଇତିମଧ୍ୟରେ ମୃତଦେହ ସଂରକ୍ଷିତ ରଖିବା ପାଇଁ ଗୋଡ଼ଭଗା ପୋଲିସ ବୁର୍ଲା ଯାଇଥିବା ସୂଚନା ମିଳିଛି ।

ଏ ନେଇ ଗୋଡ଼ଭଗା ଫାଣ୍ଡି ଅଧିକାରୀ ବାଗଙ୍କୁ ପଚାରିବାରୁ, ମଙ୍ଗଳବାର ରାତିରେ ଗୋଡ଼ଭଗା ସମଲେଶ୍ୱରୀ ମନ୍ଦିରରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବୁଧବାର ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା । ତେବେ ମୃତକଙ୍କ ପରିଚୟ ମିଳି ନ ଥିବାରୁ ଡାକ୍ତରଖାନା ଫ୍ରିଜରରେ ସଂରକ୍ଷିତ ରଖିବା ପାଇଁ ବିଭାଗୀୟ କର୍ମଚାରୀଙ୍କୁ ଅବଗତ କରାଯାଇଥିଲା। ଫ୍ରିଜର ଅଚଳ ଥିବା କର୍ମଚାରୀମାନେ କହିଥିଲେ । ସେହିପରି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅରୁଣ ପାତ୍ରଙ୍କୁ ପଚାରିବାରୁ,ଫ୍ରିଜର ମରାମତି ପାଇଁ ଆବଶ୍ୟକ ଯନ୍ତ୍ରାଂଶ ଏଠାରେ ଉପଲବ୍ଧ ହେଉ ନାହିଁ । ବାହାରୁ ମେକାନିକ ଆସି ଫ୍ରିଜର ଦେଖି ଯାଇଛନ୍ତି । ୨ରୁ ୩ଦିନ ମଧ୍ୟରେ ଆବଶ୍ୟକ ଯନ୍ତ୍ରାଂଶ ଧରି ଆସି ଫ୍ରିଜର ମରାମତି କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri