ସାଙ୍ଗ ସାଜିଥିଲେ ସଇତାନ: ମନୀଷଙ୍କୁ ମାରି ପୋଖରୀରେ ଫିଙ୍ଗି ଦେଇଥିଲେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଉପରୁ ପରଦା ହଟିଛି। ମୃତ୍ୟୁ ପଛର ରହସ୍ୟ ଖୋଲିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ। ତେବେ ମନୀଷଙ୍କ ସାଙ୍ଗମାନେ ହିଁ ସଇତାନ ସାଜିଥିଲେ। ସାଙ୍ଗମାନେ ମନୀଷଙ୍କୁ ହତ୍ୟା କରିଥିବା ନେଇ ଡିସିପି ସ୍ପଷ୍ଟ କରିଛନ୍ତି।
ମନୀଷ ପ୍ରଥମେ ତିନି ଜଣ ସାଙ୍ଗଙ୍କ ସହ ଭୋର ସମୟରେ ପାତ୍ରପଡ଼ା ଅଞ୍ଚଳର ହୋଟେଲକୁ ଯାଇଥିଲେ। ହୋଟେଲରେ ବିଲ୍‌ ପେମେଣ୍ଟକୁ ନେଇ ପାଟିତୁଣ୍ଡ ହୋଇଥିଲା। ହୋଟେଲ ବାହାରେ ଅମ୍ରିତ, ଦିନେଶ ଏବଂ ମୃତ୍ୟୁଞ୍ଜୟ ମନୀଷଙ୍କୁ ଆକ୍ରମଣ କରିଥିଲେ। ଗଣ୍ଡଗୋଳ ଏବଂ ଠେଲାପେଲା ଯୋଗୁ ମନୀଷଙ୍କ ମୃତ୍ୟୁ ଘଟିଥିଲା ବୋଲି ଡିସିପି ଉମାଶଙ୍କର ଦାସ କହିଛନ୍ତି। ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ସେମାନେ ତାଙ୍କ ମୃତଦେହକୁ ପାଖ ପୋଖରୀରେ ଫିଙ୍ଗି ଦେଇଥିଲେ। ଗିରଫ ୩ ଜଣ ଅଭିଯୁକ୍ତଙ୍କୁ ରିମାଣ୍ତରେ ଆଣିବାକୁ କୋର୍ଟରେ ଆବେଦନ କରାଯାଇଛି। ଏମାନଙ୍କୁ ରିମାଣ୍ଡରେ ନେଇ ଅଧିକ ଖୋଳତାଡ କରାଯିବ ବୋଲି ଡିସିପି କହିଛନ୍ତି। ୩ ଗିରଫ ଅଭିଯୁକ୍ତମାନେ ହେଲେ ଅମ୍ରିତ ବିଶ୍ୱାଳ, ଦିନେଶ ମହାପାତ୍ର ଏବଂ ମୃତ୍ୟୁଞ୍ଜୟ ମିଶ୍ର। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଥିଲା। ପରେ ସମ୍ପୃକ୍ତ ୩ ଜଣଙ୍କୁ କୋର୍ଟ ଚାଲାଣ କରାଯିବ। ତେବେ ଦିନେଶ ଏବଂ ମୃତ୍ୟୁଞ୍ଜୟଙ୍କ ସହ ମନୀଷଙ୍କ ପୂର୍ବରୁ ଚିହ୍ନା ନ ଥିଲା ବୋଲି ଡିସିପି କହିଛନ୍ତି।
ଗତ ୧୦ ତାରିଖରେ ଭୁବନେଶ୍ୱରର ପାତ୍ରପଡ଼ା ଗାଁ ପୋଖରୀରେ ଭାସୁଥିବା ଅବସ୍ଥାରେ ମନୀଷଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପ୍ରଥମେ ଅପହରଣ ପରେ ହୋଟେଲ ବିଲ୍‌କୁ ନେଇ ବଚସା ଆଦି ଦିଗ ସାମ୍ନାକୁ ଆସିଥିଲା। ଏହି ଘଟଣାରେ ୫ ଜଣଙ୍କୁ ଅଟକ ରଖି ଜେରା କରୁଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri