ପଥରରେ ଛେଚିଥିଲେ ସାଙ୍ଗର ଭାଇ

ଛେଣ୍ଡିପଦା,୯ା୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ତିପଦା ଥାନା ପିପଳବାହାଳ ଗ୍ରାମର ମାନସ ସାହୁଙ୍କୁ ଶୋଇଥିବା ଅବସ୍ଥାରେ ଗତ ମେ ୨୦ ତାରିଖରେ ପଥରରେ ଛେଚି ଦିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମାନସଙ୍କ ମୃତ୍ୟୁ ହୋଇଯାଇଥିଲା। ଦୀର୍ଘ ଦେଢ଼ ମାସ ପରେ ପୋଲିସ ଘଟଣାର ପର୍ଦ୍ଦାଫାଶ କରିବା ସହ ମାନସଙ୍କ ସାଙ୍ଗର ଭାଇ ଅଭିଯୁକ୍ତ ଅମର ନାଥ ମାଝିଙ୍କୁ ଗୁରୁବାର ବିଳମ୍ବିତ ରାତିରେ ଗିରଫ କରିଛି।
ପୋଲିସ କହିଛି, ମାନସଙ୍କ ସାଙ୍ଗ ହେଉଛନ୍ତି ସେହି ଗ୍ରାମର ଦେବାନନ୍ଦ ମାଝି। ଅତି ଘନିଷ୍ଠ ହୋଇଥିବାରୁ ଦେବାନନ୍ଦଙ୍କ ଘରକୁ ମାନସ ଯିବା ଆସିବା କରନ୍ତି। କିନ୍ତୁ ଏହାକୁ ଦେବାନନ୍ଦଙ୍କ ବାପା ପସନ୍ଦ କରୁ ନ ଥିଲେ। ସେ ବାରଣ କରିଥିଲେ ମଧ୍ୟ ମାନସ ଯିବାଆସିବା ଜାରି ରଖିଥିଲେ। ଏହାକୁ ନେଇ ଦେବାନନ୍ଦଙ୍କ ସାନଭାଇ ତଥା ଅଭିଯୁକ୍ତ ଅମରନାଥ ମାଝି ଓ ମାନସଙ୍କ ମଧ୍ୟରେ ଅନେକଥର ବଚସା ହୋଇଥିଲା। ଏପରି କି ଦୁହେଁ ପରସ୍ପରକୁ ମାରିଦେବା ପାଇଁ ଧମକ ଦେଇଥିଲେ। ମେ ୨୦ ତାରିଖ ବିଳମ୍ବିତ ରାତିରେ ଅମରନାଥ ଫେରିବାବେଳେ ମାନସ ଦୋଳ ମଣ୍ତପ ପଡିଆ କୋଠଘରେ ଶୋଇଥିବା ଦେଖିବାକୁ ପାଇଥିଲେ। ତେଣୁ ପୂର୍ବ ରାଗକୁ ନେଇ ଅମରନାଥ ଏକ ପଥରରେ ମାନସଙ୍କ ମୁଣ୍ତକୁ ଛେଚି ଫେରାର ହୋଇଯାଇଥିଲେ। ମାନସଙ୍କୁ ପରିବାର ଲୋକେ ପ୍ରଥମେ ଅନୁଗୋଳ ଓ ପରେ କଟକ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ମାସାଧିକ କାଳ ଚିକିତ୍ସା ସତ୍ତ୍ୱେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଛେଣ୍ଡିପଦା ପୋଲିସ ନଂ ୨୪୬/୨୨ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। କିଶୋରନଗର ବ୍ଲକ ହଣ୍ଡପା ଥାନା ଜିଞ୍ଜିରିଡା ଅଞ୍ଚଳରେ ଅମରନାଥ ଲୁଚିଥିବା ବିଶ୍ୱସ୍ତ ସୂତ୍ରରୁ ଖବର ମିଳିବା ପରେ ପୋଲିସ ସେଠାରେ ଚଢାଉ କରି ଅମରନାଥଙ୍କୁ ଗିରଫ କରିଥିଲା। ଅମରନାଥ ପଥରରେ ଛେଚି ମାନସଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛନ୍ତି ବୋଲି ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri