ଅଫିସ୍‌ରେ ଟିକା ନେବେ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍‌ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍‌ରେ ସ୍ବତନ୍ତ୍ର ଟିକା ରୁମ୍‌ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍‌ରେ ଗୃହ ଓ ନଗର ଉନ୍ନୟନ ବିଭାଗ, ରାଜସ୍ବ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ଟିକା ଦିଆଯିବ। ୩ ସପ୍ତାହ ମଧ୍ୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକାକରଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୯୨ ହଜାର ଜଣଙ୍କ ଡାଟା ବେସ୍‌ ପ୍ରସ୍ତୁତ ହୋଇସାରିଛି। କାର୍ଯ୍ୟକ୍ଷେତ୍ର ସ୍ଥଳରେ ଟିକାଦାନ କେନ୍ଦ୍ରକୁ ଅଗ୍ରାଧିକାର ଦେବାକୁ କୁହାଯାଇଛି। ଅନ୍ୟପକ୍ଷରେ ଏହି ଟିକାକରଣରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଛାଡ଼ି ଅନ୍ୟ ଟିକାଦାତା ବା ବିକଳ୍ପ ଟିକାକର୍ମୀଙ୍କୁ ଚିହ୍ନଟ ସହ ତୁରନ୍ତ ନିଯୁୁକ୍ତି ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଠିକା ଟିକା କର୍ମୀଙ୍କୁ ଦୈନିକ ୫ଶହ ଭତ୍ତା ଦେବା ପାଇଁ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଟିକା ଯେପରି ଅପଚୟ ନ ହେବ, ସେଥିପାଇଁ ଆଗୁଆ ଟ୍ରେନିଂ ଦେବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।
ଏପଟେ ଓଡ଼ିଶାକୁ ବୁଧବାର ଆଉ ୧,୪୬,୫୯୦ ଡୋଜ୍‌ କରୋନା ଟିକା ଆସିଛି। ସେଥିମଧ୍ୟରେ ୬୩,୦୯୦ ଡୋଜ୍‌ କୋଭିଶିଲ୍ଡ ଓ ୮୩,୫୦୦ କୋଭାକ୍ସିନ ଟିକା ରହିଛି। ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୮ ହଜାର ୨୦୫ ଜଣଙ୍କୁ ଟିକା ଦିଆଯାଇଛି, ଯାହା ୬୨ ପ୍ରତିଶତ। ୧୦ ତାରିଖ ଭିତରେ ପ୍ରଥମ ଫେଜ୍‌ ଟିକାକରଣ ସାରିବାରୁ ଲକ୍ଷ୍ୟ ରଖାଯାଇଛି। ଫେବୃୟାରୀ ୧୫ରୁ ଦ୍ୱିତୀୟ ଫେଜ୍‌ ଡୋଜ୍‌ ଦିଆଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାର ପୂର୍ବରୁ ଓଡ଼ିଶାକୁ ୮ ଲକ୍ଷ ୧୧ ହଜାର ଟିକା ଯୋଗାଇ ଦେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri