ବରଦାନ ସାଜିଥିବା ଦପାନାଳ ଏବେ ପାଲଟିଲା ଅଭିଶାପ

ଧର୍ମଶାଳା,୨୪ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ବ୍ରାହ୍ମଣୀ ନଦୀର ନୂଆହାଟଠାରୁ ଜନ୍ମ ନେଇଥିବା ଦପାନାଳ ଦିନେ ଲୋକଙ୍କ ବରଦାନ ପାଲଟିଥିଲା। ଚାଷକାର୍ଯ୍ୟଠାରୁ ଆରମ୍ଭ କରି ମତ୍ସ୍ୟଜୀବୀ ପର୍ଯ୍ୟନ୍ତ
ସ୍ଥାନୀୟ ବାସିନ୍ଦାଙ୍କ ଜୀବନ ରେଖା ପାଲଟିଥିଲା। ପାଖାପାଖି ଶହଶହ ଲୋକେ ଏହା ଉପରେ ନିର୍ଭର କରିଥିଲେ। କିନ୍ତୁ ଦୀର୍ଘବର୍ଷ ହେବ ଏହା ଦଳରେ ଭର୍ତ୍ତି ହୋଇରହିଛି। ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଛି। ସାଧାରଣ ଲୋକେ ଏହା ମଧ୍ୟକୁ ଯିବାକୁ ଭୟ କରୁଛନ୍ତି। ଅପରିଷ୍କାର ପରିବେଶ ସୃଷ୍ଟି ହୋଇଛି। ଏହି ପାଣି ବ୍ୟବହାର କରିବା ଦ୍ୱାରା ନାନା ପ୍ରକାର ରୋଗ ହେଉଛି।
ସମୟ ଥିଲା ଯେତେବେଳେ ରସୁଲପୁର ପଞ୍ଚାୟତର କଲଣ, ନଥୁଆବର, ଓଡ଼ିସୋ, ବଡ଼ କଇଁଚି ଭଳି ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତର ଲୋକେ ଏହି ନାଳ ଉପରେ ନିର୍ଭର କରି ଚାଷ କାର୍ଯ୍ୟ କରୁଥିଲେ। ଏହିଠାରୁ ପନିପରିବା ଚାଷ କରାଯାଇ ବାରବାଟି ପରିବା ମାର୍କେଟରେ ପହଞ୍ଚି ସାରା ରାଜ୍ୟକୁ ସ୍ଥାନାନ୍ତର ହୋଇଥାଏ। ଯାହା ଫଳରେ ପରିବା ଅମଳ ଅଧିକ ହେବା ଦ୍ୱାରା ଚାଷୀ ଚାଷ କରି ଉପକୃତ ହୋଇଥାଏ। କିନ୍ତୁ ଦୀର୍ଘ ବର୍ଷ ହେବ ଏହା ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇପଡ଼ିଛି। ଯାହା ଦ୍ୱାରା ଅନେକ ଚାଷୀ ପନିପରିବା ଚାଷରୁ ବଞ୍ଚିତ ହେଉଥିବା କହିଛନ୍ତି। ଯାହା ଫଳରେ ପନିପରିବା ଅମଳ କମିବା ସହ ଦର ଆକାଶ ଛୁଆଁ ହେଉଥିବା ମଧ୍ୟ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ପୂର୍ବ ସରକାର ସମୟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ ଏହା ସମସ୍ୟା ଘେରରେ ରହିଛି। ନୂତନ ସରକାର ଏବଂ ସ୍ଥାନୀୟ ବିଧାୟକ ଦୃଷ୍ଟି ଦେବା ସହ ଏହାର ପୁନରୁଦ୍ଧାର ନିମନ୍ତେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri