Posted inରାଜ୍ୟ

କମିବ ଶୀତର ପ୍ରକୋପ! ଓଡିଶାରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୩।୧୨: ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ ଚାପ ରେଖା ସହ ଜଡିତ ବାୟୁ ଚଳା-ଚଳ ପ୍ରଭାବରେ ଓଡ଼ିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଧୀରେ ଧୀରେ ଦୁର୍ବଳ ହେଉଥିବାରୁ ଶୀତ କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ଆକାଶ ଥିଲେ ବି, ବର୍ଷାର କୌଣସି ସମ୍ଭାବନା ନାହିଁ। ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା।

ଏଥିସହ ଆସନ୍ତା ସୋମବାର ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଘନ କୁହୁଡି ଯୋଗୁଁ ଯାତାୟତରେ ଅସୁବିଧା ପାଇଁ ଆଜି ୧୦ଟି ଜିଲ୍ଲା ଏବଂ ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀରୁ କମ୍‌‌ ରହିଥିଲା। କନ୍ଧମାଳ ଜିଲାର ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୪ ଦଶମିକ ୬ ଡିଗ୍ରୀ ସେଲ୍‌‌ସିୟସ୍‌‌ ରହିଥିବାବେଳେ ସେମିଳିଗୁଡ଼ାରେ ୫ ଦଶମିକ ୬ ଡିଗ୍ରୀ ଏବଂ ଫୁଲବାଣୀରେ ତାପମାତ୍ରା ୬ ଡିଗ୍ରୀ ସେଲସିୟସ୍‌‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri