୫୬ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାରରେ

ଯୋଡ଼ା,୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଓ ପୌରପାଳିକା ଅଧୀନରେ ଥିବା ସରକାରୀ ବିଦ୍ୟାଳୟ ଗୁଡିକରେ ନବମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୫୬ ଛାତ୍ରୀଛାତ୍ର ନାମ ଲେଖାରୁ ବଞ୍ଚିତ ହୋଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ, ଯୋଡ଼ା ବ୍ଲକରୁ ୨୮୬ ଓ ପୌରପାଳିକାରୁ ୮୩ ଜଣ ଅଷ୍ଟମ ଶ୍ରେଣୀରୁ ନବମକୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ର ବିଭିନ୍ନ ବିଦ୍ୟାଳୟରେ ନାମ ଲେଖାରୁ ବଞ୍ଚିତ ହୋଇଥିଲେ। ଏ ନେଇ ଶିଶୁ ସୁରକ୍ଷା ସମିତି ଯୋଡ଼ା ଶାଖାର ଆବାହକ ନିରଞ୍ଜନ ବହିଦାର ଜିଲା ଶିକ୍ଷା ଅଧିକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଭିନ୍ନ ଗଣମାଧ୍ୟମରେ ଏ ନେଇ ଖବର ପ୍ରକାଶିତ ହେବାପରେ ଯୋଡ଼ା ବ୍ଲକ ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ୩୧୦ ଛାତ୍ରୀଛାତ୍ର ବିଭିନ୍ନ ବିଦ୍ୟାଳୟ ଗୁଡିକରେ ନାମ ଲେଖାଇ ଥିବାବେଳେ ଅବଶିଷ୍ଟ ୫୬ ଛାତ୍ରୀଛାତ୍ର ଏଯାଏ କୌଣସି ବିଦ୍ୟାଳୟରେ ନାମ ଲେଖାଇବା ପାଇଁ ସୁଯୋଗ ପାଇ ନ ଥିବା ଅଭିଯୋଗ ହୋଇଛି। ଅଭିଭାବକ ମାନେ ପିଲାଙ୍କ ଭବିଷ୍ୟତ ନେଇ ଚିନ୍ତାରେ ପଡିଛନ୍ତି। ଅନ୍ୟପକ୍ଷରେ ଛାତ୍ରୀଛାତ୍ର ମାନେ ପାଠ ପଢ଼ାରୁ ମଧ୍ୟ ବଞ୍ଚିତ ହେଲେଣି । ଶିକ୍ଷା ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଅଭିଭାବକ ମହଲରେ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?