ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଆଇନ ଜାଲରେ ଛନ୍ଦି ହୋଇଯାଇଛି। ଏପରି ଏକ ସ୍କୁଲ ହେଲା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଶିମିଳିପାଳ ପଞ୍ଚାୟତ ଚରାକାନି ପ୍ରାଥମିକ ବିଦ୍ୟାଳୟ। ନିକଟରେ କୌଣସି ସ୍କୁଲ ନ ଥିଲେ ମଧ୍ୟ ଏହି ପ୍ରାଥମିକ ବିଦ୍ୟାଳୟକୁ ୫ କିଲୋମିଟର ଦୂର ଶିକ୍ଷାନୁଷ୍ଠାନରେ ମିଶ୍ରଣ କରାଯିବା ଗ୍ରାମବାସୀଙ୍କୁ କ୍ଷୁବ୍ଧ କରିଛି। ପ୍ରଶାସନର ଏପରି ଅଦୂରଦର୍ଶୀ ନିଷ୍ପତ୍ତିକୁ ସେମାନେ ବିରୋଧ କରୁଥିବା ବେଳେ ପ୍ରାଥମିକ ଛାତ୍ରୀଛାତ୍ରମାନଙ୍କୁ ପାଠପଢ଼ାରୁ ବଞ୍ଚିତ ହେବାକୁ ପଡ଼ିଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, କମ୍‌ ଉପସ୍ଥାନ ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ତଦନୁଯାୟୀ ଏଠାକାର ପ୍ରଶାସନ ଚରାକାନି ପ୍ରାଥମିକ ବିଦ୍ୟାଳୟକୁ ସାପୋଇନାଳି ପ୍ରାଥମିକ ବିଦ୍ୟାଳୟରେ ମିଶାଇ ଦେବାକୁ ତାଲିକାଭୁକ୍ତ କରିଥିଲା। ହେଲେ ଚରାକାନି ସ୍କୁଲର ୨୦ ଜଣ କୁନି ଛାତ୍ରୀଛାତ୍ର କିପରି ୫ କିଲୋମିଟର ଦୂର ଯାଇ ସାପୋଇନାଳିରେ ପାଠ ପଢ଼ିବେ ତାହା ଚିନ୍ତା କରାଗଲା ନାହିଁ। ଆରମ୍ଭରୁ ହିଁ ପ୍ରଶାସନର ଏପରି କାର୍ଯ୍ୟକୁ ବିରୋଧ କରାଯାଇଥିଲା। ପରେ ମାମଲା କୋର୍ଟରେ ରହିଥିବାରୁ ଏହାର ସମାଧାନ ହୋଇପାରି ନାହିଁ। ଏଣେ ଚରାକାନି ବିଦ୍ୟାଳୟ ବନ୍ଦ ହୋଇଯାଇଥିବା ବେଳେ ସାପୋଇନାଳି ସ୍କୁଲରେ ଏହି ପିଲାଙ୍କ ନାମ ଲେଖାହୋଇପାରି ନାହିଁ। ଚରାକାନିରେ ଥିବା ଶିକ୍ଷକମାନେ ସାପୋଇନାଳି ସ୍କୁଲକୁ ଚାଲିଯାଇଛନ୍ତି। ତେଣୁ ଚରାକାନିର ପ୍ରାଥମିକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ନିର୍ଦ୍ଧାରଣ ହୋଇପାରୁ ନାହିଁ। ଏ ସମ୍ପର୍କରେ ଅଭିଭାବକମାନେ ସିଆର୍‌ସିସି, ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଜିଲା ଶିକ୍ଷା ଅଧିକାରୀ ଓ ଅନୁଗୋଳ ଜିଲାପାଳଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri