କୋଣାର୍କ ସୂର୍ଯ୍ୟମନ୍ଦିରରେ ହେବ ଜି-୨୦ ବୈଠକ

କୋଣାର୍କ,୨୧।୧୨(ଡି.ଏନ୍‌.ଏ.): ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଆୟୋଜନ ହେବାକୁ ଯାଉଛି ଜି-୨୦ର ଶିଖର ବୈଠକ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଏକ କେନ୍ଦ୍ରୀୟ ପ୍ରତିନିଧି ଦଳ କୋଣାର୍କ ଆସି ସୂର୍ଯ୍ୟମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ର ଅନୁଧ୍ୟାନ କରିଥିଲେ। କେନ୍ଦ୍ର ସଂସ୍କୃତି ବିଭାଗର ଯୁଗ୍ମ ସମ୍ପାଦକ ଲିଲି ପାଣ୍ଡିଆ, ଏଏସ୍‌ଆଇ ଏଡିଜି ଗୁରୁମିତ ସିଂହ ଚାଓ୍ବଲା, ଏଏସ୍‌ଆଇ ପୁରୀ ସର୍କଲ ସୁପରିଣ୍ଟେଣ୍ଡେଣ୍ଟ ଦିବିସିତା ବ୍ରଜସୁନ୍ଦର ଗଡ଼ନାୟକ ପ୍ରମୁଖ ଉଚ୍ଚ ପଦାଧିକାରୀ ପ୍ରଥମେ ବ୍ୟାଖ୍ୟାନ କେନ୍ଦ୍ର ଓ ପରେ ସୂର୍ଯ୍ୟମନ୍ଦିରର ବିଭିନ୍ନ ସ୍ଥାନ ବୁଲି ଦେଖି ଟିକିନିଖି ପରଖିଥିଲେ। ୨୦୨୩ ନଭେମ୍ବର ୩୦ ପର୍ଯ୍ୟନ୍ତ ବିଭିନ୍ନ ଐତିହ୍ୟ ସ୍ଥଳୀରେ ଜି-୨୦ର ୨୦୦ରୁ ଅଧିକ ବୈଠକର ଆୟୋଜନ ଭାରତର ଅଧ୍ୟକ୍ଷତାରେ ହେବ। ବସୁଧୈବ କୁଟୁମ୍ବକମ୍‌ ଏବଂ ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ରହିଛି ଏହାକୁ ନେଇ ହେବ ଜି-୨୦ ବୈଠକ। ଏହି ବୈଠକରେ ୨୦ଟି ଧନୀ ରାଷ୍ଟ୍ରର ମୁଖ୍ୟ ଭାଗ ନେବେ ବୋଲି ସୂଚନା ମିଳିଛି। ତେବେ ସୂର୍ଯ୍ୟମନ୍ଦିରରେ କେବେ ଏହି ବୈଠକ ହେବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କୋଣାର୍କ ସୂର୍ଯ୍ୟମନ୍ଦିରରେ ବୈଠକ ଆୟୋଜନ ପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥା, ସୂର୍ଯ୍ୟମନ୍ଦିର ପରିସର, ଯାତାୟାତ ବ୍ୟବସ୍ଥା ଆଦି ସମସ୍ତ ଦିଗ ପ୍ରତି କିଭଳି ଧ୍ୟାନ ଦିଆଯିବ ସେନେଇ ଅନୁଧ୍ୟାନ କରି ଫେରିଥିଲେ କେନ୍ଦ୍ରୀୟ ପ୍ରତିନିଧି ଦଳ। ଅନ୍ୟମାନଙ୍କ ମଧ୍ୟରେ ଏଏସ୍‌ଆଇ ଇଞ୍ଜିନିୟର ଚିତ୍ତରଞ୍ଜନ ଦାଶ, ସଂରକ୍ଷଣ ଅଧିକାରୀ ନୀରଜ ସିଂ, ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ମୁଗୁପୁର ହାଇସ୍କୁଲ ୨୦୧୦ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ ଉତ୍ସବ, ସୁବର୍ଣ୍ଣ ସମୟକୁ ଜିଇଁବାର ପ୍ରୟାସ…

ହାଟଡିହୀ/ଛେନାପଦୀ,୭।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମୁଗୁପୁର ହାଇସ୍କୁଲ ପରିସରରେ ୨୦୧୦ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରୀଛାତ୍ର ମାନଙ୍କୁ ନେଇ ଏକ ବନ୍ଧୁମିଳନ…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri