ଜଗନ୍ନାଥଙ୍କ ଭଜନ ଗାଉ ଗାଉ ଟଳି ପଡିଲେ ଅତିରିକ୍ତ ଜିଲାପାଳ

ଗଜପତି,୧୧।୭(ଗିରିଧାରୀ ପରିଚ୍ଛା): ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଖୁସି କି ଦୁଃଖର ସମୟ ବୁଝେନି ମୃତ୍ୟୁ। ଆଉ ଅଚାନକ ସମୁଦ୍ରର ଢେଉ ଭଳି ମାଡିଆସେ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ ଗାଉ ଗାଉ ଚାଲି ଯାଇଛି ଜୀବନ। ଗୀତ ବୋଲୁଥିବାବେଳେ ଟଳି ପଡିଛନ୍ତି ଅତିରିକ୍ତ ଜିଲାପାଳ।

ଗୀତ ଗାଉଥିବା ବେଳେ ଜିଲା ରେଭିନ୍ୟୁ ଏଡିଏମ ବୀରେନ୍ଦ୍ର କୁମାର ଦାସଙ୍କ ମୃତ୍ୟୁ ହୋଇଛି। ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସରିବା ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଆଉ ନିର୍ବାଚନ ପରେ କିଛି ସମୟ ପାଇଁ ମନୋରଞ୍ଜନ କରିବାକୁ ଗୀତ କାର୍ଯ୍ୟକ୍ରମ ହୋଇଥିଲା। ଯେଉଁଥିରେ ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର ଗୀତ ବୋଲିଥିଲେ। ଏଡିଏମଙ୍କ ଗୀତରେ ସମସ୍ତେ ଝୁମୁଥିଲେ। ହେଲେ ହଠାତ୍‌ ଘଟିଯାଇଥିଲା ଅଘଟଣ। ଗୀତ ଗାଉଥିବାବେଳେ ମଞ୍ଚରେ ଟଳି ପଡିଲେ ବୀରେନ୍ଦ୍ର। ତୁରନ୍ତ ସହଯୋଗୀ ଷ୍ଟାଫମାନେ ତାଙ୍କୁ ବ୍ରହ୍ମପୁର ହସ୍ପିଟାଲରେ ଭର୍ତ୍ତି କରିଥିଲେ। କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସୂଚନାଥାଉ କି, ଗଜପତି ଜିଲା ଅତିରିକ୍ତ ଜିଲାପାଳ ବିରେନ୍ଦ୍ର ଦାସଙ୍କ ହୃଦଘାତରେ ମୃତ୍ୟୁ ହୋଇଛି । ବୁଧବାର ରାତିରେ ବିଏନ ପ୍ୟାଲେଶରେ ପ୍ରଶାସନ ଦ୍ୱାରା ଆୟୋଜିତ ଗୋଟେ ଭୋଜିରେ ଜଗନ୍ନାଥଙ୍କ ଜଣାଣ ଗାଇବା ସମୟରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ । ସେଠାରୁ ତାଙ୍କୁ ସାଙ୍ଗେ ସାଙ୍ଗେ ପାରଳାଖେମୁଣ୍ଡି ଜିଲାମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏହାପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ଯେଉଁଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଗତ ୨ବର୍ଷ ହେଲା ବୀରେନ୍ଦ୍ର ଦାସ ଅତିରିକ୍ତ ଜିଲାପାଳ ରାଜସ୍ବ ଦାୟିତ୍ୱରେ ରହିଥିଲେ । ତେବେ ରେଭିନ୍ୟୁ ଏଡିଏମଙ୍କ ଏଭଳି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ସହଯୋଗୀ ଷ୍ଟାଫ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri