ପୋଲିସକୁ ଧକ୍କା ମାରି ଥାନାରୁ ଫେରାର ମାରିଥିଲେ ଗଞ୍ଜେଇ ବେପାରୀ, ଆଉ ଏବେ…

ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନାରୁ ପୋଲିସକୁ ଧକ୍କା ମାରି ଗତ ସେପ୍ଟେମ୍ବର ୩୦ ତାରିଖ ସକାଳ ୬ଟାରେ ଫେରାର ମାରିଥିବା ଗଞ୍ଜେଇ ବେପାରୀଙ୍କୁ ୨୫ ଦିନ ପରେ ଗିରଫ କରିବାରେ ପୋଲିସ ସଫଳ ହୋଇଛି। କନ୍ଧମାଳ ଜିଲା ଖଜୁରିପଦା ଥାନା ବରିକୁମ୍ପା ଗ୍ରାମର ଫେରାର ମାରିଥିବା ଅଭିଯୁକ୍ତ ସନତ ଦିଗାଲଙ୍କୁ ତାଙ୍କ ଗ୍ରାମରୁ ପୋଲିସ ଗିରଫ କରିଛି। କୋର୍ଟଚାଲାଣ କରାଯାଇଥିବାବେଳେ ଜାମିନ ନାମଞ୍ଜୁର ହେବାରୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁଯାୟୀ, ଗତ ୨୯ ତାରିଖ ସକାଳୁ ସନତ ଏକ କାର୍‌ ଯୋଗେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଭାରସାମ୍ୟ ହରାଇ ଜୟପିଛୁଳା ନିକଟରେ ମୁଢ଼ି ବୋଝେଇ ଏକ ଅଟୋକୁ ଧକ୍କା ଦେଇଥିଲେ। ଫଳରେ ଅଟୋ ଓଲଟି ପଡ଼ିଥିବା ବେଳେ ଅଟୋରେ ଥିବା ଦୁଇ ଜଣ ଯୁବକ ଆହତ ହୋଇଥିଲେ। ଅନ୍ୟପଟେ କାର୍‌ ଯୋଗେ ଗଞ୍ଜେଇ ଚାଲାଣ କରୁଥିବା ସନତ ଘଟଣାସ୍ଥଳରେ କାର୍‌ ଛାଡ଼ି ଫେରାର ମାରିଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରିବା ସହିତ ତଦନ୍ତ ଆରମ୍ଭ କରି ଖଜୁରିପଦା ପୋଲିସ ସହାୟତାରେ ସନତକୁ ବାରକୋଟ ପୋଲିସ ଗିରଫ କରିଥିଲା। ମାତ୍ର ଗତ ସେପ୍ଟେମ୍ବର ୩୦ ତାରିଖ ସକାଳୁ ବାରକୋଟ ଥାନା ପରିସରରେ ଏଏସ୍‌ଆଇ ସନ୍ତୋଷ ନାୟକଙ୍କୁ ଧକ୍କା ମାରି ସନତ ଫେରାର ହୋଇଯାଇଥିଲେ।

ଏନେଇ ସବ୍‌ଇନ୍ସପେକ୍ଟର ଆମୁନସେନ କିଡୋଙ୍କ ଅଭିଯୋଗ ଆଧାରରେ ସନତଙ୍କ ବିରୋଧରେ ପୁଣି ଏକ ମାମଲା ରୁଜୁ କରାଯାଇ ପୋଲିସ ତଦନ୍ତ ଚଲାଇଥିବାବେଳେ ଗିରଫ କରି କୋର୍ଟଚାଲାଣ କରିଥିଲା। ଦେବଗଡ଼ ଏସ୍‌ଡିପିଓ ସୌମ୍ୟରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ପୋଲିସ ଏକ ଟିମ୍‌ ସନତଙ୍କ ଗାଁରେ ଚଢ଼ାଉ କରି ଗିରଫ କରିବାରେ ସଫଳ ହୋଇଥିଲେ। କୋର୍ଟଚାଲାଣ କରାଯାଇଥିବାବେଳେ ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦେଇଥିବା ଜଣାପଡ଼ିଛି। କିନ୍ତୁ ଏଏସ୍‌ଆଇଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri