୨୪ ଘଣ୍ଟିଆ ହେଲ୍ପଲାଇନ‌ ନମ୍ବର ଜାରି କଲା ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର,୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ, ପାରଳା ମହାରାଜା, ଭଞ୍ଜନଗର ଓ ହିଞ୍ଜିଳି କୋଭିଡ୍‌ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହେଉଛି। ବିଶେଷକରି ଶିତଳାପଲି ଟାଟା କୋଭିଡ୍‌ ହସ୍ପିଟାଲ ଓ ପାରଳା ମହାରାଜା କୋଭିଡ୍‌ କେୟାର ସେଣ୍ଟରରେ ଚିକିତ୍ସା, ପାଣି, ଖାଦ୍ୟ, ପରିମଳ ସମ୍ବନ୍ଧୀୟ ଅବ୍ୟବସ୍ଥା ନେଇ ବାରମ୍ବାର ଭିଡିଓ ଭାଇରଲ ହେଉଛି। ଏହି ପରିପ୍ରେକ୍ଷୀରେ ଉକ୍ତ କୋଭିଡ୍‌ ହସ୍ପିଟାଲ ଓ କୋଭିଡ୍‌ କେୟାର ସେଣ୍ଟରର ରୋଗୀମାନେ ଅଭିଯୋଗ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ କଲ୍‌ ସେଣ୍ଟର ଖୋଲାଯାଇଛି। ମୋବାଇଲ ନମ୍ବର ୮୧୧୮୦୬୬୩୭୦କୁ ଫୋନ୍‌ କରି କରୋନା ଆକ୍ରାନ୍ତ ଅଭିଯୋଗ, ଲକ୍ଷଣ ଏବଂ ହୋମ୍‌ କ୍ୱାରାଣ୍ଟାଇନ୍‌ ସମସ୍ୟା ସମ୍ପର୍କରେ ଜଣାଇପାରିବେ। ଏନେଇ ଗୁରୁବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।ଏଥିସହ ଛତ୍ରପୁର ସବ୍‌ଡିଭିଜନସ୍ତରୀୟ କୋଭିଡ୍‌-୧୯ ହେଲ୍ପଲାଇନର ଆରମ୍ଭ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ, ଜରୁରୀ ପାସ ଓ ଅଭିଯୋଗ ସମ୍ପର୍କରେ ହେଲ୍ପଲାଇନ ନମ୍ବର ୮୪୮୦୮୩୮୬୦୩କୁ ଦୈନିକ ପୂର୍ବାହ୍ନ ୧୦ଟାରୁ ୫ଟା ୩୦ମଧ୍ୟରେ ଫୋନ୍‌ କିମ୍ବା ହ୍ବାଟ୍ସଆପ୍‌ କରି ଜଣାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?