ଅଚାନକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ ଜିଲାପାଳ, ପଚାରି ବୁଝିଲେ କେମିତି ଚାଲିଛି…

ଗଞ୍ଜାମ,୨୫ା୧୧(ବିଦ୍ୟାଧର ସାହୁ): ମଙ୍ଗଳବାର ଜିଲାପାଳ ଭି. କୀର୍ତ୍ତି ଭାସନ ଅଚାନକ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ନିର୍ମାଣ କାର୍ଯ୍ୟ ଚାଲିଥିବା ନୂତନ କୋଠା ବୁଲି ଅନୁଧ୍ୟାନ କରିଥିଲେ। ବିଡିଓ ଅଚ୍ୟୁତାନନ୍ଦ ଯାନୀ, ଇଓ ଅପର୍ଣ୍ଣା ଡାଙ୍ଗୁଆ, ଆୟୁଷ ଡାକ୍ତର ବନଜ କାନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ମେଡିକାଲ ପରିସରରେ ଅର୍ଦ୍ଧ ନିର୍ମିତ କୋଠା ନିର୍ମାଣ କାର୍ଯ୍ୟ କେମିତି ଚାଲିଛି ପଚାରି ବୁଝିଥିଲେ ଜିଲାପାଳ। ସେଠାରୁ ହଠାତ୍‌ ଓ୍ବାର୍ଡ ନଂ ୭ ସାନ ବଜାର କୈବର୍ତ୍ତ ସାହିରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିଥିଲେ। ଶିଶୁମାନଙ୍କ ବୟସ ଅନୁସାରେ ଉଚ୍ଚତା ଓ ଓଜନ ମାପ କରିଥିଲେ ଜିଲାପାଳ। ଏଥିସହ ଖାଦ୍ୟ ପୋଷଣ ସହ ରୋଷେଇ ଗୃହକୁ ଯାଇ ଶିଶୁମାନଙ୍କୁ ଦିଆଯାଉଥିବା ଖାଦ୍ୟ ପରଖିଥିଲେ ଜିଲାପାଳ। ଅଙ୍ଗନଓ୍ବାଡ଼ି କର୍ମୀ ଝୁନୁ ରାଣୀ ବେହେରା, ଆଶା ଦିଦି ସୂତାପା କୁମାରୀ ବେହେରା ଏବଂ ଏଏନ୍‌ଏମ୍‌ ବୀଣାପାଣି ନରେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ। ପରେ ଜିଲାପାଳଙ୍କ କାର୍ଯାଳୟରେ କାର୍ଯ୍ୟରତ ଦିବାକର ଗୌଡ଼ଙ୍କ ଅକାଳ ବିୟୋଗ ଖବର ପାଇ ଗୌଡ଼ ସାହିରେ ସ୍ବର୍ଗତ ଦିବାକରଙ୍କ ବାସଭବନ ଯାଇ ଶେଷ ଦର୍ଶନ କରିଥିଲେ ଜିଲାପାଳ l ଏଡିଏମ ପ୍ରମୋଦ କୁମାର ପୃଷ୍ଟି, ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ସମେତ କଲେକ୍ଟର ଅଫିସର ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

ପ୍ରକାଶ ଯୋଗ୍ୟ, ସ୍ବର୍ଗତ ଦିବାକର ଚାକିରିରୁ ଅବସର ନେଇଥିଲେ ମଧ୍ୟ ଅସ୍ଥାୟୀ କର୍ମଚାରୀ ଭାବେ କାର୍ଯ୍ୟରତ ଥିଲେ। ସ୍ବର୍ଗତ ଦିବାକର ଜଣେ ସଚ୍ଚୋଟ ଓ ନିଷ୍ଠାପର ବ୍ୟକ୍ତି ଥିଲେ ବୋଲି ଜିଲାପାଳ ଭାସନ ନିଜ ପ୍ରତିକ୍ରିୟାରେ କହିଛନ୍ତି।

 

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri