ଅଚାନକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ ଜିଲାପାଳ, ପଚାରି ବୁଝିଲେ କେମିତି ଚାଲିଛି…

ଗଞ୍ଜାମ,୨୫ା୧୧(ବିଦ୍ୟାଧର ସାହୁ): ମଙ୍ଗଳବାର ଜିଲାପାଳ ଭି. କୀର୍ତ୍ତି ଭାସନ ଅଚାନକ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ନିର୍ମାଣ କାର୍ଯ୍ୟ ଚାଲିଥିବା ନୂତନ କୋଠା ବୁଲି ଅନୁଧ୍ୟାନ କରିଥିଲେ। ବିଡିଓ ଅଚ୍ୟୁତାନନ୍ଦ ଯାନୀ, ଇଓ ଅପର୍ଣ୍ଣା ଡାଙ୍ଗୁଆ, ଆୟୁଷ ଡାକ୍ତର ବନଜ କାନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ମେଡିକାଲ ପରିସରରେ ଅର୍ଦ୍ଧ ନିର୍ମିତ କୋଠା ନିର୍ମାଣ କାର୍ଯ୍ୟ କେମିତି ଚାଲିଛି ପଚାରି ବୁଝିଥିଲେ ଜିଲାପାଳ। ସେଠାରୁ ହଠାତ୍‌ ଓ୍ବାର୍ଡ ନଂ ୭ ସାନ ବଜାର କୈବର୍ତ୍ତ ସାହିରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିଥିଲେ। ଶିଶୁମାନଙ୍କ ବୟସ ଅନୁସାରେ ଉଚ୍ଚତା ଓ ଓଜନ ମାପ କରିଥିଲେ ଜିଲାପାଳ। ଏଥିସହ ଖାଦ୍ୟ ପୋଷଣ ସହ ରୋଷେଇ ଗୃହକୁ ଯାଇ ଶିଶୁମାନଙ୍କୁ ଦିଆଯାଉଥିବା ଖାଦ୍ୟ ପରଖିଥିଲେ ଜିଲାପାଳ। ଅଙ୍ଗନଓ୍ବାଡ଼ି କର୍ମୀ ଝୁନୁ ରାଣୀ ବେହେରା, ଆଶା ଦିଦି ସୂତାପା କୁମାରୀ ବେହେରା ଏବଂ ଏଏନ୍‌ଏମ୍‌ ବୀଣାପାଣି ନରେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ। ପରେ ଜିଲାପାଳଙ୍କ କାର୍ଯାଳୟରେ କାର୍ଯ୍ୟରତ ଦିବାକର ଗୌଡ଼ଙ୍କ ଅକାଳ ବିୟୋଗ ଖବର ପାଇ ଗୌଡ଼ ସାହିରେ ସ୍ବର୍ଗତ ଦିବାକରଙ୍କ ବାସଭବନ ଯାଇ ଶେଷ ଦର୍ଶନ କରିଥିଲେ ଜିଲାପାଳ l ଏଡିଏମ ପ୍ରମୋଦ କୁମାର ପୃଷ୍ଟି, ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ସମେତ କଲେକ୍ଟର ଅଫିସର ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

ପ୍ରକାଶ ଯୋଗ୍ୟ, ସ୍ବର୍ଗତ ଦିବାକର ଚାକିରିରୁ ଅବସର ନେଇଥିଲେ ମଧ୍ୟ ଅସ୍ଥାୟୀ କର୍ମଚାରୀ ଭାବେ କାର୍ଯ୍ୟରତ ଥିଲେ। ସ୍ବର୍ଗତ ଦିବାକର ଜଣେ ସଚ୍ଚୋଟ ଓ ନିଷ୍ଠାପର ବ୍ୟକ୍ତି ଥିଲେ ବୋଲି ଜିଲାପାଳ ଭାସନ ନିଜ ପ୍ରତିକ୍ରିୟାରେ କହିଛନ୍ତି।

 

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri