ନୂଆ ସଂକ୍ରମଣ ରୋକିବା ସହ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଶେରଗଡ଼୧୭।୮(ଡି.ଏ୍‌ନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପରିସରରେ ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଚାନକ ପହଞ୍ଚି ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହାସହ ବବ୍ଲ ସମ୍ମୁଖରେ ଆୟୋଜିତ ଏକ ବୈଠଳରେ ଯୋଗଦେଇ ସେ ବ୍ଲକର ୨୨ ପଞ୍ଚାୟତର ଗ୍ରାମସେବକ, ଯନ୍ତ୍ରୀ ଜିପିଟିଏମାନଙ୍କୁ ନିଜ ନିଜ ପଞ୍ଚାୟତର ସମାସ୍ୟା ପଚାରି ବୁଝିଛନ୍ତି। ଏହି ସମୟରେ ସେ କହିଛନ୍ତି, ଆମକୁ ଏହି ମାସରେ ଜଗି ରହିବାକୁ ପଡିବା କରୋନା ରୋଗୀ ସଂଖ୍ୟା କମୁଛି ବୋଲି ଆମେ ଚୁପ୍‌ ରହିଲେ ହେବ ନାହିଁ। ଆମକୁ ପ୍ରତି ଗ୍ରାମରେ ସଚେତନତା କରିବାକୁ ପଡ଼ିବ।
ବ୍ଲକର ସମସ୍ତ ପଞ୍ଚାୟତର ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାକୁ ଆଗେଇବା ସହ ଯେଉଁ ପଞ୍ଚାାୟତରେ ଏହା ଆରମ୍ଭ ହୋଇନାହିଁ ତାକୁ ତୁରନ୍ତ ଆରମ୍ଭ କରିବାକୁ ବ୍ଲକର ସମସ୍ତ ଯନ୍ତ୍ରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ ଭେକ୍ସିନ ନ ଆସିବା ପର୍ଯ୍ୟନ୍ତ ସତର୍କ ରହିବାକୁ ପଡିବ ବୋଲି ଜିଲାପାଳ କହଛନ୍ତି। ଏହି ସମୟରେ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ବ୍ଲକ ପ୍ରଶାସନକୁ ସହଯୋଗ କରୁନାହିଁ ଏବଂ ବିଭିନ୍ନ କାର୍ଯ୍ୟରେ ବିଳମ୍ଭ କରୁଥିବା କେତେକ ଗ୍ରାମସେବକ ଅଭିଯୋଗ କରିଥିଲେ। ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଏହି ଅବସରରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ.ଦୟାସିନ୍ଧୁ ପରିଡା, ଥାନାଅଧିକାରୀ ରମେଶ ଚନ୍ଦ୍ର ଦାସ ଓ ସିଡିପିଓ ଜୟନ୍ତୀ ପାଟପିଙ୍ଗୁଅ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri