ନୂଆ ସଂକ୍ରମଣ ରୋକିବା ସହ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଶେରଗଡ଼୧୭।୮(ଡି.ଏ୍‌ନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପରିସରରେ ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଚାନକ ପହଞ୍ଚି ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହାସହ ବବ୍ଲ ସମ୍ମୁଖରେ ଆୟୋଜିତ ଏକ ବୈଠଳରେ ଯୋଗଦେଇ ସେ ବ୍ଲକର ୨୨ ପଞ୍ଚାୟତର ଗ୍ରାମସେବକ, ଯନ୍ତ୍ରୀ ଜିପିଟିଏମାନଙ୍କୁ ନିଜ ନିଜ ପଞ୍ଚାୟତର ସମାସ୍ୟା ପଚାରି ବୁଝିଛନ୍ତି। ଏହି ସମୟରେ ସେ କହିଛନ୍ତି, ଆମକୁ ଏହି ମାସରେ ଜଗି ରହିବାକୁ ପଡିବା କରୋନା ରୋଗୀ ସଂଖ୍ୟା କମୁଛି ବୋଲି ଆମେ ଚୁପ୍‌ ରହିଲେ ହେବ ନାହିଁ। ଆମକୁ ପ୍ରତି ଗ୍ରାମରେ ସଚେତନତା କରିବାକୁ ପଡ଼ିବ।
ବ୍ଲକର ସମସ୍ତ ପଞ୍ଚାୟତର ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାକୁ ଆଗେଇବା ସହ ଯେଉଁ ପଞ୍ଚାାୟତରେ ଏହା ଆରମ୍ଭ ହୋଇନାହିଁ ତାକୁ ତୁରନ୍ତ ଆରମ୍ଭ କରିବାକୁ ବ୍ଲକର ସମସ୍ତ ଯନ୍ତ୍ରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ ଭେକ୍ସିନ ନ ଆସିବା ପର୍ଯ୍ୟନ୍ତ ସତର୍କ ରହିବାକୁ ପଡିବ ବୋଲି ଜିଲାପାଳ କହଛନ୍ତି। ଏହି ସମୟରେ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ବ୍ଲକ ପ୍ରଶାସନକୁ ସହଯୋଗ କରୁନାହିଁ ଏବଂ ବିଭିନ୍ନ କାର୍ଯ୍ୟରେ ବିଳମ୍ଭ କରୁଥିବା କେତେକ ଗ୍ରାମସେବକ ଅଭିଯୋଗ କରିଥିଲେ। ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଏହି ଅବସରରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ.ଦୟାସିନ୍ଧୁ ପରିଡା, ଥାନାଅଧିକାରୀ ରମେଶ ଚନ୍ଦ୍ର ଦାସ ଓ ସିଡିପିଓ ଜୟନ୍ତୀ ପାଟପିଙ୍ଗୁଅ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri